Home News in Odia କ୍ରୀଡା ଭିତ୍ତିଭୂମିକୁ କ୍ୟାବିନେଟ୍‍ ମୋହର

କ୍ରୀଡା ଭିତ୍ତିଭୂମିକୁ କ୍ୟାବିନେଟ୍‍ ମୋହର

ଭୁବନେଶ୍ୱର : ରାଜ୍ୟରେ କ୍ରୀଡା ଭିତ୍ତିଭୂମିର ବିକାଶ ପାଇଁ ସରକାର ୮୯ଟି ବହୁମୁଖୀ କ୍ରୀଡା ବିପର୍ଯ୍ୟୟ ଆଶ୍ରୟସ୍ଥଳ ଏବଂ ଚିକିତ୍ସାଳୟ ଉପଯୋଗୀ ଇନ୍‍ଡୋର ଷ୍ଟାଡିୟମ ନିର୍ମାଣ ପାଇଁ ଅନୁମୋଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‍ ବୈଠକରେ ଏହାକୁ ଅନୁମୋଦନ ମିଳିଛି ।

ରାଜ୍ୟ କ୍ରୀଡା ଭିତ୍ତିଭୂମି ବିକାଶ ପ୍ରକଳ୍ପରେ ନିର୍ମାଣ ହେବାକୁ ଥିବା ୮୯ଟି ବହୁମୁଖୀ ଇନ୍‍ଡୋର ଷ୍ଟାଡିୟମ ପାଇଁ ୬୯୩କୋଟି ୩୫ଲକ୍ଷ ଟଙ୍କାର ବ୍ୟୟବରାଦ କରାଯାଇଛି । ଏହିକାର୍ଯ୍ୟ ୧୮ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ ।

ଟି କାର୍ଯ୍ୟସୂତ୍ରୀ ଅନୁଯାୟୀ ରାଜ୍ୟରେ କ୍ରୀଡ଼ା କ୍ଷେତ୍ରରେ ରୁପାନ୍ତରଣକୁ ସୁନିଶ୍ଚିତ କରିବା ପାଇଁରାଜ୍ୟ କ୍ରୀଡ଼ା ଭିତ୍ତିଭୂମି ବିକାଶ ପ୍ରକଳ୍ପପରିକଳ୍ପନା କରାଯାଇଛି ଏହି ପ୍ରକଳ୍ପ ଦ୍ୱାରା ଓଡ଼ିଶାରେ କ୍ରୀଡ଼ା ବିକାଶର ଧାରା ଆହୁରୀ ଦୃଢ଼ୀଭୂତ ହେବ ବୋଲି କ୍ୟାବିନେଟ୍ ନିଷ୍ପତ୍ତିରେ କୁହାଯାଇଛି

ନୂଆ ଇନଡୋର ଷ୍ଟାଡ଼ିୟମଗୁଡ଼ିକର ବିଶେଷତ୍ତ୍ୱ ହେଉଛି, ଏଗୁଡ଼ିକ ବହୁମୁଖୀ ଉପଯୋଗ ନିମନ୍ତେ ବ୍ୟବହୃତ ହେବ ବ୍ୟାଡମିଣ୍ଟନ, ଟେବୁଲ ଟେନିସ, ଭାରୋତ୍ତଳନ ଆଦି କ୍ରୀଡ଼ା ସହ ଯୋଗ ବ୍ୟାୟାମଶାଳାର ବ୍ୟବସ୍ଥା ଉକ୍ତ ଷ୍ଟାଡିୟମରେ ରହିବ ଏହି ଆନ୍ତଃଗୃହଗୁଡ଼ିକ ଉକ୍ତ ଅଞ୍ଚଳର ଅନ୍ୟାନ୍ୟ ଲୋକପ୍ରିୟ ଇନଡୋର ଖେଳ ନିମନ୍ତେ ମଧ୍ୟ ବ୍ୟବହୃତ କରାଯାଇପାରିବ

ଇନଡୋର ଷ୍ଟାଡ଼ିୟମଗୁଡ଼ିକ ଘଣ୍ଟା ପ୍ରତି ୨୦୦ କିମି ପବନର ବେଗକୁ ସହ୍ୟ କରିପାରୁଥିବା ଭଳି ନିର୍ମାଣ କରାଯିବ । ପ୍ରାକୃତିକ ବିପର୍ଯ୍ୟୟ, ମହାବାତ୍ୟା ଏବଂ ବନ୍ୟା ଆଦି ସମୟରେ ଏଗୁଡ଼ିକ ଆଶ୍ରୟ କେନ୍ଦ୍ର ଭାବେ ବ୍ୟବହୃତ ହୋଇପାରିବ । ମହାମାରୀ ସମୟରେ ଏନଏସି ଅଞ୍ଚଳରେ ଥିବା ଷ୍ଟାଡ଼ିୟମଗୁଡ଼ିକ ୫୦ଟି ଶଯ୍ୟା ବିଶିଷ୍ଟ ଏବଂ ପୌରାଞ୍ଚଳରେ ୧୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ରୂପେ ବ୍ୟବହାର କରାଯାଇପାରିବ । ଏହା ବ୍ୟତୀତ ଟ୍ରେନିଂ, ମିଟିଂ ଏବଂ ପରୀକ୍ଷା କେନ୍ଦ୍ର ଇତ୍ୟାଦି କାର୍ଯ୍ୟ ପାଇଁ ମଧ୍ୟ ଉକ୍ତ ଷ୍ଟାଡ଼ିୟମ୍ ଉପଯୋଗୀ ହୋଇପାରିବ ।