Home Education କ୍ୟୁଏସ୍ ୱାଲ୍‌ର୍ଡ ୟୁନିଭରସିଟି ରାଙ୍କିଂରେ ସୋଆ

କ୍ୟୁଏସ୍ ୱାଲ୍‌ର୍ଡ ୟୁନିଭରସିଟି ରାଙ୍କିଂରେ ସୋଆ

53
0

ଭୁବନେଶ୍ୱର : ସମ୍ମାନଜନକ କ୍ୟୁଏସ୍ ୱାଲର୍ଡ ୟୁନିଭରସିଟି ରାଙ୍କିଂ ୨୦୨୨ ସଂସ୍କରଣରେ ଓଡ଼ିଶାରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ସ୍ଥାନ ପାଇବାର ସଫଳତା ଅର୍ଜନ କରିଛି । ମଙ୍ଗଳବାର ପ୍ରକାଶିତ ଏହି ରାଙ୍କିଂସରେ ସ୍ଥାନ ପାଇଥିବା ଭାରତର ୩୫ଟି ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡ଼ିକ ମଧ୍ୟରେ ଓଡ଼ିଶାରୁ ସୋଆ ଓ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ ଅଫ୍ ଟେକନୋଲୋଜି, ଭୁବନେଶ୍ୱର ରହିଛନ୍ତି ।

ଭାରତରୁ ଏହି ସମ୍ମାନଜନକ ରାଙ୍କିଂ ଅର୍ଜନ କରିଥିବା ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟରେ ୯ଟି ଆଇଆଇଟି, ଇନଷ୍ଟିଚ୍ୟୁଟ ଅଫ ସାଇନ୍ସ, ବେଙ୍ଗାଲୁରୁ ଏବଂ ଅନ୍ୟାନ୍ୟ ପ୍ରସିଦ୍ଧ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକ ରହିଥିବା ବେଳେ ଏହାର ୮୦୧-୧୦୦୦ ବ୍ରାକେଟ୍ ମଧ୍ୟରେ ସୋଆ ସ୍ଥାନ ପାଇଛି ।

ସେହିପରି ସୋଆ ସମେତ ଭାରତର ୩ଟି ଡିମଡ୍ ଟୁ ବି ୟୁନିଭରସିଟି ଏହି ରାଙ୍କିଂରେ ସ୍ଥାନ ପାଇଛନ୍ତି । ସାରା ବିଶ୍ୱର ୯୩ଟି ଦେଶର ଅସଂଖ୍ୟ ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡ଼ିର ସଫଳତାକୁ ବିଶ୍ଲେଷଣ କରାଯାଇଥିବା ବେଳେ ୧୩୦୦ଟି ଶିକ୍ଷାନୁଷ୍ଠାନକୁ ସେମାନଙ୍କର ଶୈକ୍ଷିକ ପ୍ରତିଷ୍ଠା, ନିଯୁକ୍ତିଦାତାଙ୍କ ପ୍ରତିଷ୍ଠା, ଫାକଲଟିମାନଙ୍କ ସନ୍ଦର୍ଭ, ଫାକଲଟି ଛାତ୍ର ଅନୁପାତ, ଆନ୍ତର୍ଜାତୀକ ଫାକଲଟି ଓ ଆନ୍ତର୍ଜାତୀକ ଛାତ୍ରଛାତ୍ରୀ ଭଳି ବିଭିନ୍ନ ମାପଦଣ୍ଡକୁ ନେଇ ଏହି ରାଙ୍କିଂ ପ୍ରସ୍ତୁତ କରାଯାଇଛି ।

ଏହି ସଫଳତାରେ ସୋଆ କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର ଖୁସି ପ୍ରକଟ କରି ଏଥିନିମନ୍ତେ ବିଶ୍ୱବିଦ୍ୟାଳୟର ସଭାପତିଙ୍କ ପ୍ରେରଣା, ବିଭିନ୍ନ ଶିକ୍ଷାନୁଷ୍ଠାନର ଡିନ୍‌, ଫ୍ୟାକଲଟି ଓ ଅନ୍ୟାନ୍ୟ କର୍ମଚାରୀଙ୍କ ପରିଶ୍ରମ ଓ ଆନ୍ତରିକ ପ୍ରଚେଷ୍ଟା ଅନୁଷ୍ଠାନକୁ ଏହି ସଫଳତା ଆଣି ଦେଇଛି ବୋଲି କହିଛନ୍ତି । ଏହି ର‌୍ୟାଙ୍କିଂ ବିଶ୍ୱବିଦ୍ୟାଳୟକୁ ଅଧିକ ଆଗକୁ ଯିବାକୁ ଉତ୍ସାହିତ କରିବ ବୋଲି ସେ କହିଛନ୍ତି ।

ଏହି ଅବସରରେ ମହାମାରୀ ସତ୍ୱେ ଫ୍ୟାକଲଟିମାନଙ୍କର ଶିକ୍ଷାଦାନ ଓ ହସପିଟାଲର ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀଙ୍କ ଦ୍ୱାରା କୋଭିଡ ସଂକ୍ରମିତ ହଜାର ହଜାର ଲୋକଙ୍କର ଉତ୍ସର୍ଗୀକୃତ ସେବାକୁ ପ୍ରଫେସର ମହାପାତ୍ର ପ୍ରଶଂସା କରିଥିଲେ ।

LEAVE A REPLY

Please enter your comment!
Please enter your name here