Home News in Odia ଖୋଲିବ ଆଉ୧୧ଟି ସାଇବର ଥାନା

ଖୋଲିବ ଆଉ୧୧ଟି ସାଇବର ଥାନା

ଭୁବନେଶ୍ୱର : ସାଇବର ଅପରାଧ ତଥା ତଦ୍ ଜନିତ ଆର୍ଥିକ ଅପରାଧକୁ ରୋକିବା ତଥା ଏଭଳି ଅପରାଧର ଶିକାର ହୋଇଥିବା ଲୋକମାନେ ଯେପରି ଉପଯୁକ୍ତ ନ୍ୟାୟ ପାଇପାରିବେ, ତାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଅଞ୍ଚଳରେ  ଏଥିପାଇଁ ୧୧ଟି ସ୍ବତନ୍ତ୍ର ଥାନା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ବର୍ତ୍ତମାନ ସମ୍ବଲପୁର ,ରାଉରକେଲା ଓ ବ୍ରହ୍ମପୁର ରେ କାର୍ଯ୍ୟ କରୁଥିବା ତିନୋଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ର ଏହି ନୂଆ ବ୍ୟବସ୍ଥା ସହ ମିଶିଯିବ ।   ଏହା ଦ୍ଵାରା ଏହି ଥାନର ସଖ୍ୟା ୧୪ରେ ପହଞ୍ଚିଲା ।

ଏହି ୧୪ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ନିମ୍ନଲିଖିତ ୧୪ଟି ସ୍ଥାନରେ ପ୍ରତିଷ୍ଠା କରାଯିବ। ସେଗୁଡିକ ହେଲା – କଟକ, ଭୁବନେଶ୍ୱର, କେନ୍ଦୁଝର, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା, ଅନୁଗୁଳ, ବାଲେଶ୍ବର, ମୟୁରଭଂଜ,ପୁରୀ, କୋରାପୁଟ, ଭବାନୀପାଟଣା, ବଲାଙ୍ଗୀର ଓ କନ୍ଧମାଳ।

ଏହି ଥାନା ମାନଙ୍କରେ ନିଯୁକ୍ତି ପାଇଁ ପୋଲିସ ବିଭାଗରେ ୧୫୪ଟି ପଦବୀ ସୃଷ୍ଟି କରାଯାଇଛି । ସେମାନଙ୍କ ମଧ୍ୟରେ ୧୪ଟି ଇନ୍ସପେକ୍ଟର, ୨୮ଟି ସବ୍ଇନ୍ସପେକ୍ଟର, ୨୮ଟି ଏ.ଏସ୍.ଆଇ (ଯୋଗାଯୋଗ), ୨୮ଟି କନେଷ୍ଟବଳ (ଯୋଗାଯୋଗ) ଓ ୫୬ଟି କନେଷ୍ଟବଳ ପଦବୀ ଅନ୍ତର୍ଭୁକ୍ତ । ଏମାନଙ୍କ ବ୍ୟତୀତ Finance ଓ  Accounts Analyst,  IT Expert, ଓ Cyber forensic  expert ପରି ୯୦ ଜଣ ବିଶେଷଜ୍ଞଙ୍କୁ ମଧ୍ୟ ଏହି ଥାନା ମାନଙ୍କରେ ନିୟୋଜିତ କରାଯିବ ବୋଲି ଜଣାଯାଇଛି ।

ରାଜ୍ୟ ସଇବର ତଥା ଆର୍ଥିକ ଅପରାଧ ରୋକିବାରେ ଏହା ସହାୟକ ହେବା ସହିତ ଲୋକଙ୍କୁ ଶୀଘ୍ର ନ୍ୟାୟ ଦେବା ଦିଗରେ ଫଳପ୍ରଦ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି ।