Home Education ଜୁଲାଇ ୩୧ରେ ବିଜ୍ଞାନ ଓ ବାଣିଜ୍ୟ ଫଳ

ଜୁଲାଇ ୩୧ରେ ବିଜ୍ଞାନ ଓ ବାଣିଜ୍ୟ ଫଳ

ଭୁବନେଶ୍ୱର :୨୦୨୧ ମସିହା ବାର୍ଷିକ ଉଚ୍ଚ ମାଧ୍ୟମିକ ପରୀକ୍ଷାର ବିଜ୍ଞାନ ଓ ବାଣିଜ୍ୟ ଶିକ୍ଷା ପାଠ୍ୟକ୍ରମର ଫଳ ଚଳିତ ଜୁଲାଇ ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ ।

କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାରେ ଅଧିକ ସମୟର ଆବଶ୍ୟକତା ଦୃଷ୍ଟିରୁ ଏହାର ଫଳ ପ୍ରକାଶନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି ଉଭୟ ପାଠ୍ୟକ୍ରମର ଫଳାଫଳ ଜୁଲାଇ ୩୧ ତାରିଖ ପରେ ପ୍ରକାଶ ପାଇବ ।

ଏଥି ପାଇଁ ଅନୁମତି ନିମନ୍ତେ ମାନ୍ୟବର ସୁପି୍ରମ କୋର୍ଟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି । କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବ୍‌ଶୀଘ୍ର ପ୍ରକାଶନ ପାଇଁ ପରିଷଦ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ସୂତ୍ରରୁ ପ୍ରକାଶ ।