Home News in Odia ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଅନୁଯାୟୀ ଏବେ କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସ୍.ପି (ଯୋଗାଯୋଗ) ଶ୍ରୀ ତ୍ରିନାଥ ମିଶ୍ରଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ କଟକ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର ଓ ନବରଂଗପୁର ଆଦି ଜିଲ୍ଲାର ୧୧ଟି ସ୍ଥାନରେ ଥିବା ତାଙ୍କର ବିଭିନ୍ନ ସମ୍ପତ୍ତି ଉପରେ ଏକାସମୟରେ ତଲାସୀ କରାଯାଇଥିଲା । ଏହି ତଲାସୀରୁ ବିପୁଳ ପରିମାଣରେ ସମ୍ପତ୍ତି ଥିବାର ଜଣାଯାଇଥିଲା ।    ତାଙ୍କ ପାଖରୁ ସମୁଦାୟ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଳିଥିଲା।           

 ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୨ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି। ଦୁର୍ନୀତି ଅଭିଯୋଗ ରେ ବାଧ୍ୟତାମୂଳକ ଅବସର ଦିଆଯିବାରେ ଶ୍ରୀ ମିଶ୍ର ହେଉଛନ୍ତି ଅନ୍ୟତମ ବରିଷ୍ଠ ଅଧିକାରୀ ।