Home General ଦାୟିତ୍ୱ ନେଲେ ବିଷ୍ଣୁପଦ

ଦାୟିତ୍ୱ ନେଲେ ବିଷ୍ଣୁପଦ

ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ବିଷ୍ଣୁପଦ ସେଠୀ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ନୂତନ ପ୍ରମୁଖ ଶାସନ ସଚିବଙ୍କ ଦାୟିତ୍ୱ ଗ୍ରହଣ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ବିଭାଗର କାର୍ଯ୍ୟଧାରା ତଥା ମହାମାରୀ କରୋନା ପରିପ୍ରେକ୍ଷୀରେ ବିଭାଗ ତରଫରୁ ଜାରି ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ପ୍ରମୁଖ ଶାସନ ସଚିବଙ୍କୁ ଅବଗତ କରାଇଥିଲେ । ନିର୍ଦ୍ଦେଶକ(ବୈଷୟିକ) ନିରଞ୍ଜନ ସେଠୀ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଡିଜିଟାଲ୍‌ ଅର୍କାଇଭ୍‌ ସଂପର୍କରେ ପ୍ରମୁଖ ଶାସନ ସଚିବଙ୍କୁ ଜଣାଇଥିଲେ ।

ପ୍ରମୁଖ ଶାସନ ସଚିବଙ୍କ କାର୍ଯ୍ୟଭାର ଗ୍ରହଣ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ଡ. ପ୍ରମୋଦ କୁମାର ମଲ୍ଲିକ, ଯୁଗ୍ମ ନିର୍ଦ୍ଦେଶକ ସୁରେନ୍ଦ୍ର ପରିଡ଼ା ଏବଂ ବହୁ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ ଯେ ପ୍ରମୁଖ ଶାସନ ସଚିବ ଶ୍ରୀ ସେଠୀ ସୂଚନା ଓ ଲୋକସଂପର୍କ ବିଭାଗର ଦାୟିତ୍ୱ ସହ ରାଜସ୍ୱ ଓ ବିପର୍ଯ୍ୟାୟ ପରିଚାଳନା ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମଧ୍ୟ ପ୍ରମୁଖ ଶାସନ ସଚିବ ଭାବେ କାର୍ଯ୍ୟରତ ।