Home General ପୁଣି ୮ ହଜାର ଉପରେ ସଂକ୍ରମଣ

ପୁଣି ୮ ହଜାର ଉପରେ ସଂକ୍ରମଣ

ଭୁବନେଶ୍ବର: ରାଜ୍ୟରେ କିଛି ଦିନ ହେଲା ଦୈନିକ କରୋନା ଆକ୍ରାନ୍ତ ୮ ହଜାର ଉପରେ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ୮୨୧୬ ନୂଆ ପଜିଟିଭ ଚିହ୍ନଟ ହୋଇଛି। ଏଥିମଧ୍ୟରୁ ସଙ୍ଗରୋଧରୁ ୪୬୮୬ ଓ ସ୍ଥାନୀୟ ସଂକ୍ରମିତ ୩୫୩୨ ଥିବା ଜଣାଯାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ସେହିପରି କରୋନାରେ ଆଜି ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୦୮୮କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ ୮,୨୧୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୨୭୧ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୬୩୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୋଳରୁ ୩୯୪, ସମ୍ବଲପୁରରୁ ୩୮୫, ବରଗଡ଼ରୁ ୩୭୫, ଯାଜପୁରରୁ ୩୪୭, ନବରଙ୍ଗପୁରରୁ ୩୧୯, ଝାରସୁଗୁଡ଼ାରୁ ୩୧୬, ବଲାଙ୍ଗିରରୁ ୩୦୫, ବାଲେଶ୍ୱରରୁ ୩୦୨, ନୂଆପଡ଼ାରୁ ୨୬୧, ନୟାଗଡ଼ରୁ ୨୫୦, ସୁବର୍ଣ୍ଣପୁରରୁ ୨୪୮, କଳାହାଣ୍ଡିରୁ ୨୩୮ ଓ ରାୟଗଡ଼ାରୁ ୨୩୨ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ମୟୂରଭଞ୍ଜ ଜିଲ୍ଲାରୁ ୧୯୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧୩୩, କେନ୍ଦୁଝରରୁ ୧୨୯, ଗଜପତିରୁ ୧୨୧, ଜଗତସିଂହପୁରରୁ ୧୦୬, ବୌଦ୍ଧ ଓ ଦେବଗଡ଼ରୁ ୯୮ ଲେଖାଏଁ, କେନ୍ଦ୍ରାପଡ଼ାରୁ ୮୭, କନ୍ଧମାଳରୁ ୭୭, ଗଞ୍ଜାମରୁ ୬୯, ଭଦ୍ରକରୁ ୬୩, ଢେଙ୍କାନାଳରୁ ୪୭ ଓ ମାଲକାନଗିରିରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨୩୮ ଜଣ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି।

୮,୨୧୬ଟି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଏବେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୭୯,୭୫୨ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୪,୦୪,୦୬୩ ଜଣ ସୁସ୍ଥ ହୋଇସାରିଛନ୍ତି। ୭୩,୫୪୮ ଜଣ ଏବେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ସେହିପରି ଆଜି ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି। ରାୟଗଡ଼ା ଜିଲ୍ଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଓ କଳାହାଣ୍ଡିରେ ୨ ଜଣ ଲେଖାଏଁ ଏବଂ କଟକ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ଆଉ ୫ ଜଣଙ୍କ ମୃତ୍ୟୁ ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୭୦ରେ ପହଞ୍ଚି ଯାଇଛି। ରାଜ୍ୟରେ ଏଯାବତ୍ ଖୋର୍ଦ୍ଧା ଜିଲ୍ଲାରେ କରୋନାରେ ସବୁଠୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ାରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୭ରେ ପହଞ୍ଚିଥିବା ବେଳେ ସୁନ୍ଦରଗଡ଼ରେ ୧୯୮, କଳାହାଣ୍ଡିରେ ୪୩, କଟକରେ ୧୪୭, ପୁରୀରେ ୧୨୭ ଓ ସୁବର୍ଣ୍ଣପୁରରେ ୨୨ ହୋଇଛି।