Home News in Odia ପ୍ରାର୍ଥୀପତ୍ର ଦାଖଲ କଲେ ଟଙ୍କଧର

ପ୍ରାର୍ଥୀପତ୍ର ଦାଖଲ କଲେ ଟଙ୍କଧର

ଭୁବନେଶ୍ୱର : ଆସନ୍ତା ମେ ୧୦ତାରିଖ ଦିନ ଝାରସୁଗୁଡା ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନ ପାଇଁ ଆଜି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ମନମୋହନ ଏମଇ ସ୍କୁଲ ଗ୍ରାଉଣ୍ଡରୁ ବାହାରି ଉପନିର୍ବାଚନ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏହି ଶୋଭାଯାତ୍ରାରେ ପ୍ରାୟ ୧୦ହଜାରୁ ଅଧିକ ଜନତା ସାମିଲ ଥିଲେ ।

ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି । ସାଧାରଣ ଲୋକେ ଆଜି ନ୍ୟାୟ ପାଇବା ପାଇଁ ତ୍ରାହି ତ୍ରାହି ଡାକୁଥିବାବେଳେ ରାଜ୍ୟ ସରକାରଙ୍କ ବିଫଳତା ସ୍ପଷ୍ଟ ବାରୀ ହୋଇପଡୁଛି । ସାଧାରଣ ଲୋକ ନ୍ୟାୟ ପାଇଁ ଲଢ଼ୁଛନ୍ତି ଓ ଲଢ଼ିବେ ଏବଂ ନ୍ୟାୟର ବିଜୟ ହେବ ।

ଜଣେ ଉଚ୍ଚଶିକ୍ଷିତ, ଯୋଗ୍ୟ, ଦକ୍ଷ ଓ ଯୁବକ ଶ୍ରୀ ଟଙ୍କଧର ତ୍ରିପାଠୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଝାରସୁଗୁଡା ନିର୍ବାଚନମଣ୍ଡଳୀର ସଚେତନ ଭୋଟର ଭାଇ ଓ ଭଉଣୀମାନେ ଏଭଳି ପ୍ରତିକୁଳ ପରିସ୍ଥିତିରେ ମଧ୍ୟ ତାଙ୍କ ବିଜୟକୁ ସୁନିଶ୍ଚିତ କରାଇବେ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।

ଦୀର୍ଘ ୨୪ବର୍ଷ ଧରି ନିରନ୍ତର ଶାସନ କ୍ଷମତାରେ ରହି ମଧ୍ୟ ନିର୍ବାଚନ ମଣ୍ଡଳୀର ସଠିକ୍ ବିକାଶ ହୋଇପାରିଲା ନାହିଁ । ଏ ଲଢ଼େଇ ଝାରସୁଗୁଡାବାସୀଙ୍କର, ମୁଁ ନିମିତ ମାତ୍ର ବୋଲି ପ୍ରାର୍ଥୀପତ୍ର ଦାଖଲ କରିବା ପରେ ଶ୍ରୀ ଟଙ୍କଧର ତ୍ରିପାଠୀ କହିଛନ୍ତି ।

ଏହି ଅବସରରେ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ସାଂସଦ ସୁରେଶ ପୂଜାରୀ, ଜୁଏଲ ଓରାମ, ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, କେଭି ସିଂହଦେଓ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ ମହାନ୍ତି, ବିିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ବିଧାୟକ ସୁବାଷ ପାଣିଗ୍ରାହୀ, ଶଙ୍କର ଓରାମ, ଭବାନୀ ଭୋଇ, କୁସୁମ ଟେଟେ, ନାଉରୀ ନାୟକ, ମୁକେଶ ମହାଲିଙ୍ଗ, ନିତ୍ୟାନନ୍ଦ ଗଣ୍ଡ, ଡ. ବୁଧାନ ମୁର୍ମୁ, ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ, ଜିଲ୍ଲା ସଭାପତି ମଙ୍ଗଳ ସାହୁ ପ୍ରମୁଖ ସମେତ ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲଇକେରା, କିର୍ମିରା, କୋଲାବିରା, ଝାରସୁଗୁଡା ବ୍ଲକ ଓ ମ୍ୟୁନିସପାଲଟିରୁ ୧୦ହଜାରରୁ ଊର୍ଦ୍ଧ୍ୱ କାର୍ଯ୍ୟକର୍ତା ଓ ସାଧାରଣ ଜନତା ସ୍ୱତଃପ୍ରଭୂତଭାବେ ସାମିଲ ହୋଇଥିଲେ ।