Home Administration ବଦଳିଲେ ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାପାଳ

ବଦଳିଲେ ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାପାଳ

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ଅଫିସର ସ୍ତରରେ ଛୋଟକାଟର ବଦଳି କରିଛନ୍ତି । ଏଥିରେ ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାପାଳଙ୍କୁ ବଳି କରାଯାଇଛି ।

ଭଦ୍ରକ ଜିଲ୍ଲାପାଳ ଥିବା ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଥିବାବେଳେ ପଞ୍ଚାୟତିରାଜ ଓ ପାନୀୟଜଳ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଛି ।

ସେହିଭଳି ଆୟୁଷ ନିର୍ଦ୍ଦେଶକ ଥିବା ତ୍ରିଲୋଚନ ମାଝିଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ଢେଙ୍କାନାଳ ଜିଲ୍ଲାପାଳ ଥିବା ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଓଡିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଦାୟିତ୍ୱ ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here