Home News in Odia ବାର୍‌ରେ ବାଉନ୍‌ସର ନିଯୁକ୍ତିକୁ ବାରଣ

ବାର୍‌ରେ ବାଉନ୍‌ସର ନିଯୁକ୍ତିକୁ ବାରଣ

ଭୁବନେଶ୍ୱର : ଦେ୍ୱðତନଗରୀ ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ୍‌ ଅଞ୍ଚଳରେ ଥିବା ମଦବାର୍‌ଗୁଡ଼ିକ ସୁରକ୍ଷା କାର୍ଯ୍ୟ ପାଇଁ ପ୍ରାଇଭେଟ୍‌ ସୁରକ୍ଷାକର୍ମୀ/ବାଉନ୍‌ସରମାନଙ୍କୁ ନିୟୋଜିତ କରୁଥିବା ସରକାରଙ୍କ ଦୃଷ୍ଟିରୁ ଆସିଛି । ଏହି ପ୍ରକାର ସୁରକ୍ଷାକର୍ମୀମାନଙ୍କ ନାମରେ ବହୁ ଅପରାଧ ମାମଲା ମଧ୍ୟ ନିକଟ ଅତୀତରେ ରୁଜୁ ହୋଇଛି ।

ବାଉନ୍‌ସରମାନଙ୍କଠାରୁ ସାଧାରଣ ଗ୍ରାହକଙ୍କ ଜୀବନ ପ୍ରତି ବିପଦ ତଥା ସାମାଜିକ ଶାନ୍ତି ବ୍ୟାହତ ହେବାର ମଧ୍ୟ ଆଶଙ୍କା ରହିଛି । ଏହି ପରିପ୍ରେକ୍ଷୀରେ ଉଭୟ ଭୁବନେଶ୍ୱର ଏବଂ କଟକ ଅଞ୍ଚଳର ବାର୍‌ମାଲିକମାନଙ୍କ ପାଇଁ ପୋଲିସ କମିଶନର ଆସନ୍ତା ଦୁଇମାସ ପର୍ଯ୍ୟନ୍ତ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି ।

ବାର ମାଲିକମାନେ ନିଜ ଅଞ୍ଚଳର ଡିସିପିଙ୍କଠାରୁ ସୁରକ୍ଷା କର୍ମଚାରୀଙ୍କ ସଂପର୍କରେ ଅପରାଧ ପୃଷ୍ଠଭୂମିର ପୂର୍ବ ରେକର୍ଡ ଯାଞ୍ଚ କରିବା ବାଧ୍ୟତାମୂଳକ କରାଯାଇଛି ।

ପ୍ରାଇଭେଟ୍‌ ସିକୁ୍ୟରିଟି ଏଜେନ୍ସିମାନଙ୍କଠାରୁ ବାର୍‌ମାଲିକମାନେ ସୁରକ୍ଷା କର୍ମଚାରୀ ନିୟୋଜିତ କରିପାରିବେ । ନିୟୋଜିତ କରିଥିବା ସୁରକ୍ଷା କର୍ମଚାରୀଙ୍କ ବିଷୟରେ ବାର୍‌ମାଲିକମାନେ ସ୍ଥାନୀୟ ପୋଲିସକୁ ଲିଖିତ ଭାବେ ଜଣାଇବେ । ଏହି ନିୟୋଜିତ ସୁରକ୍ଷା କର୍ମଚାରୀଙ୍କ ସାଧାରଣ ଆଇନ ପରିସରଭୁକ୍ତ ରହିବେ । ଆବଶ୍ୟକସ୍ଥଳେ ୧୧୨ ନମ୍ବରକୁ କଲକରି ଏହି ସୁରକ୍ଷା କର୍ମଚାରୀମାନଙ୍କ ସୂଚନା ଦେଇପାରିବେ ।

କୌଣସି ପରିସ୍ଥିତିରେ ମଧ୍ୟ ଏହି ସୁରକ୍ଷାକର୍ମୀମାନେ ଗ୍ରାହକମାନଙ୍କ ମୌଳିକ ଅଧିକାରକୁ ଉଲ୍ଲଂଘନ କରିପାରିବେ ନାହିଁ । ତା.୧୧/୦୩.୨୦୨୨ରିଖଠାରୁ ତା.୦୯.୦୫.୨୦୨୨ରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ ବୋଲି ଦେ୍ୱðତନଗରୀ ପୋଲିସ କମିଶନର ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି ।