Home Environment ବୁଧବାରରୁ ଉପକୂଳରେ ଝଡ଼ବର୍ଷା

ବୁଧବାରରୁ ଉପକୂଳରେ ଝଡ଼ବର୍ଷା

ଭୁବନେଶ୍ୱର : ବୁଧବାର ଅପରାହ୍ଣରୁ ଉପକୂଳ ଓଡ଼ିଶାର କେତେକ ଜିଲ୍ଲା ଏବଂ ଏହାର ସଂଲଗ୍ନ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଉଭୟ ବଙ୍ଗୋପସାଗର ଏବଂ ଆରବ ସାଗର ଆଡୁ ଓଡ଼ିଶା ଆଡକୁ ମୁହାଁଉଥିବା ଆଦ୍ରତାର ବୃଦ୍ଧି ଯୋଗୁଁ ଦିନର ତାପମାତ୍ରା ବୃଦ୍ଧି ପାଇବ ଯେଉଁ କାରଣରୁ ଏଭଳି ପାଣିପାଗ ସୃଷ୍ଟି ହେବ ବୋଲି ସିଇସି ପକ୍ଷରୁ କୁହାଯାଇଛି । ଏହା ଦ୍ୱାରା ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକ ପ୍ରଭାବିତ ହେବାର ସମ୍ଭାବନା ରହିଛି ।

ଏଭଳି ପାଣିପାଗ ସହ ପଶ୍ଚିମା ଝଡର ମିଶ୍ରଣ ଯୋଗୁଁ ଫେବୃଆରୀ ୨୬ ତାରିଖରୁ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଫେବୃଆରୀ ୨୮ ଓ ମାର୍ଚ୍ଚ ୧ ତାରିଖକୁ ଛାଡ଼ିଦେଲେ ମାର୍ଚ୍ଚ ପ୍ରଥମ ସପ୍ତାହରେ ବର୍ଷା ଜାରୀ ରହିବ ବୋଲି ସିଇସି ପକ୍ଷରୁ କୁହାଯାଇଛି ।