Home Election ମଇ ୨୭ ରେ ବାକିଆ ପଞ୍ଚାୟତ ନିର୍ବାଚନ

ମଇ ୨୭ ରେ ବାକିଆ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର : ଗତ ପଞ୍ଚାୟତ ନିର୍ବାଚନବେଳେ ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ପଦବୀ ନିମନ୍ତେ ନିର୍ବାଚନ ସମୟରେ ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ ଯେଉଁସବୁ ସ୍ଥାନରେ ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା, ସେଠାରେ ପୁନର୍ବାର ବିଧିବ୍ୟବସ୍ଥା ଅନୁସାରେ ନିର୍ବାଚନ କରାଇବା ଲାଗି ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।

ନିର୍ବାଚନ ସ୍ଥଗିତ ଥିବା ସ୍ଥାନରେ ଆସନ୍ତା ମଇ ମାସ ୨୭ ତାରିଖ ଦିନ ନିର୍ବାଚନ ଅନୁଷ୍ଠିତ ହେବ । ନିର୍ବାଚନ କମିଶନଙ୍କ ବିଜ୍ଞପ୍ତି ଅନୁସାରେ ଅପ୍ରେଲ ୨୬ ତାରିଖରେ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ନୋଟିସ୍‌ ଜାରି, ୨୯/୦୪/୨୦୨୨ଠାରୁ ୦୨/୦୫/୨୦୨୨ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଗ୍ରହଣ ଓ ଦାଖଲ, ୦୪/୦୫/୨୦୨୨ରେ ନାମାଙ୍କନ ପତ୍ର ଯାଞ୍ଚ, ୦୫/୦୫/୨୦୨୨ରେ ପ୍ରାର୍ଥୀ ତାଲିକା ପ୍ରକାଶ, ୦୭/୦୫/୨୦୨୨ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଓ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ, ୨୭/୦୫/୨୦୨୨ରେ ସକାଳ ୭ଟାଠାରୁ ଦିନ ୧ ଘଟିକା ପର୍ଯ୍ୟନ୍ତ ଭୋଟ ଗ୍ରହଣ, ୨୮/୦୫/୨୦୨୨ରେ ଭୋଟଗଣତି ଓ ନିର୍ବାଚନ ଫଳାଫଳ ଘୋଷଣା ହୋଇ ୩୧/୦୫/୨୦୨୨ରେ ବିଜୟୀ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ ବୋଲି ରାଜ୍ୟ ନିର୍ବାଚନ କମିଶନ ସୂତ୍ରରୁ
ପ୍ରକାଶ ।

ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ଅଞ୍ଚଳରେ ଅପ୍ରେଲ ୨୧ ତାରିଖଠାରୁ ମଇ ୨୮ ତାରିଖ ପର୍ଯ୍ୟନ୍ତ ଆଦର୍ଶ ଆଚରଣ ବିଧି ଲାଗୁ ହେଲା । ପୂର୍ବରୁ ନାମାଙ୍କନ ପତ୍ର ଦାଖଲ କରିଥିବା ପ୍ରାର୍ଥୀମାନେ ପୁନରାୟ ନାମାଙ୍କନ ପତ୍ର ଦାଖଲ କରିବା ଆବଶ୍ୟକ ନାହିଁ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ଶ୍ରୀ ରବିନ୍ଦ ନାଥ ସାହୁ ଜଣାଇଛନ୍ତି ।

LEAVE A REPLY

Please enter your comment!
Please enter your name here