Home Education ମାଟ୍ରିକ ପରୀକ୍ଷା ଫି ଛାଡ

ମାଟ୍ରିକ ପରୀକ୍ଷା ଫି ଛାଡ

ଭୁବନେଶ୍ୱର : ଛାତ୍ର ସମାଜର ବୃହତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଚଳିତ ବର୍ଷ  ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫି ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।  ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ।

 ସୂଚନାଯୋଗ୍ୟ ଯେ ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍‌ ଦେବାକୁ ପଡିଥାଏ । କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି  ଖୋଲାଯାଇଛି ।

 ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା  ପାଠ୍ୟକ୍ରମରେ  ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ।