Home General ରାଜଧାନୀରେ ଗଡିଲା ଇ-ବସ୍‍

ରାଜଧାନୀରେ ଗଡିଲା ଇ-ବସ୍‍

ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବିମାନବନ୍ଦର ଛକ ଠାରେ ଇ-ବସ ଓ ଇ-ରିକ୍ସା ଚଳାଚଳର ଶୁଭାରମ୍ଭ କରିଛନ୍ତି। ଗାଡି ଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଦ୍ବାରା ସହରରେ ବାୟୁ ପ୍ରଦୂଷଣ କମ୍ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ କରାଯାଇଛି।

ପ୍ରଥମ ପର୍ଯ୍ୟାୟରେ ୧୦ଟି ଇ-ବସ ଓ ୫୦ ଟି ଇ-ରିକ୍ସା ଚଳାଚଳ ବ୍ୟବସ୍ଥା ଆରମ୍ଭ ହୋଇଛି। ଆଗାମୀ ଦିନରେ ୫୦ ଟି ଇ ବସ ଚଳାଚଳ କରାଯିବାର ଲକ୍ଷ୍ୟ ରଖା ଯାଇଛି।

ଲିଙ୍ଗ ସମାନତା ଉପରେ ଗୁରୁତ୍ବ ଦିଆଯାଇ ପ୍ରତ୍ୟେକ କ୍ରୁଟ୍‍ ପକ୍ଷରୁ ଗାଇଡ୍‍ ଭାବରେ ୫୦ ପ୍ରତିଶତ   ମହିଳାଙ୍କୁ ନିଯୁକ୍ତ କରାଯାଇଛି। ଅନ୍ୟାନ୍ୟ କାର୍ଯ୍ୟ ପାଇଁ ମଧ୍ୟ ମହିଳାଙ୍କ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଇଛି । ପ୍ରତ୍ୟେକ ବସରେ ୩୦ ଟି ଆସନ ରହିଥିବା ବେଳେ ମହିଳା ମାନଙ୍କ ପାଇଁ ସଂରକ୍ଷିତ ଆସନ ଗୁଡ଼ିକୁ ଗୋଲାପି ରଙ୍ଗରେ ଚିହ୍ନିତ କରାଯାଇଛି। ସୂଚନା ଯୋଗ୍ୟ ଯେ କ୍ରୁଟ୍‍ ପକ୍ଷରୁ ବର୍ତ୍ତମାନ ୨୫୫ ଟି ଡିଜେଲ ବସ ଚଳାଚଳ କରୁଛି।