Home Education ରାଜେନ୍ଦ୍ର ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା

ରାଜେନ୍ଦ୍ର ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା

ଭୁବନେଶ୍ୱର : ପଶ୍ଚିମ ଓଡିଶାର ପୁରାତନ ଶିକ୍ଷାନୁଷ୍ଠାନ ରାଜନ୍ଦ୍ରେ ମହାବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨ (ଚ) ଅନୁଯାୟୀ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଆଜି ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହିତ ବିଶ୍ୱବିଦ୍ୟାଳୟ ତାଲିକାରେ ଅର୍ନ୍ତଭୁକ୍ତ କରିଥିବା ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି ଏହା ନିଶ୍ଚିତ ଭାବରେ ପଶ୍ଚିମ ଓଡିଶାର ଛାତ୍ରଛାତ୍ରୀଙ୍କ ଆଙ୍କାକ୍ଷାକୁ ପୂରଣ କରିବା ସହିତ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନୂଆ ଶିକ୍ଷା ନୀତିରେ ଉଲ୍ଲେଖ ଥିବା ଗୁଣାତ୍ମକ ଶିକ୍ଷା ଉପଲବ୍ଧି କରିବ । ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟପ୍ରଦାନ କଲେ ୟୁଜିସି ଅଧିନିୟମ ୧୯୫୬ର ଧାରା ୧୨(ଖ) ରେ ଖୁବ୍‍ ଶୀଘ୍ର କେନ୍ଦ୍ର ଅନୁଦାନ ପାଇବ । ଏହା ବିଶ୍ୱବିଦ୍ୟାଳୟର ଉନ୍ନତି ଏବଂ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ସହାୟକ ହେବ ।

ବିଶ୍ୱବିଦ୍ୟାଳୟ ମାନ୍ୟତାକୁ ନେଇ ଗଣମାଧ୍ୟମରୁ ଜାଣିବା ସହ ବଲାଙ୍ଗିର ସାଂସଦ ସଙ୍ଗୀତା ସିଂହଦେଓ, ରାଜ୍ୟସଭା ସାଂସଦ ସୁବାସ ସିଂହ, ମୁଜିବୁଲା ଖାନ୍‍, ମମତା ମହାନ୍ତି ଏବଂ ପୂର୍ବତନ ସାଂସଦ କଳିକେଶ ସିଂହଦେଓ ଏ ନେଇ ଅବଗତ କରାଇଥିଲେ । ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ୟୁଜିସି ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଥିବା ଶ୍ରୀ ପ୍ରଧାନ କହିଛନ୍ତି ।

LEAVE A REPLY

Please enter your comment!
Please enter your name here