Home General ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର : ଆଜି ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । କୋଭିଡ୍‌ ମାର୍ଗଦର୍ଶିକାର ସମୁଚିତ ଅନୁପାଳନ ଅନୁଯାୟୀ ଅନୁଷ୍ଠିତ ଏହି ଉତ୍ସବରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଏହି ସମାରୋହରେ ଉପସ୍ଥିତ ଥିଲେ ।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସକାଳ ୮.୨୮ ରେ ମହାତ୍ମା ଗାନ୍ଧୀ ମାର୍ଗରେ ପହଞ୍ଚିବା ପରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, କଟକ-ଭୁବନେଶ୍ୱର ଦେ୍ୱðତନଗରୀ ପୋଲିସ୍‌ କମିଶନର ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ମାନ୍ୟବର ରାଜ୍ୟପାଳଙ୍କୁ ସ୍ୱାଗତ ଜଣାଇ ମଞ୍ଚ ନିକଟକୁ ପାଛୋଟି ନେଇଥିଲେ ।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ୮.୩୦ ମିନିଟ୍‌ ସମୟରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ରାଜ୍ୟ ପୋଲିସ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଂଗୀତ ବାଦନ ପରେ ସୀମା ସୁରକ୍ଷା ବାହିନୀ, କେନ୍ଦ୍ରୀୟ ରିଜର୍ଭ ପୋଲିସ, ଏସ୍‌.ଏସ୍‌. ବାଟାଲିୟନ୍‌, ଏସ୍‌.ଓ.ଜି, ଅଗ୍ନିଶମ ବାହିନୀ, ଓଡ଼ିଶା ବିପର୍ଯ୍ୟୟ ତ୍ୱରିତ କାର୍ଯ୍ୟନିର୍ବାହୀ ଦଳ ଏବଂ ପୋଲିସ୍‌ ବ୍ୟାଣ୍ଡଙ୍କଠାରୁ ରାଜ୍ୟପାଳ ଅଭିବାଦନ ଗ୍ରହଣ କରିଥିଲେ । ଏହି ସଂକ୍ଷିପ୍ତ ଉତ୍ସବରେ ସମୁଦାୟ ୧୦ଟି ଦଳ ପ୍ୟାରେଡ୍‌ରେ ଭାଗ ନେଇଥିଲେ । ଶ୍ରୀ ରୋହିତ ବର୍ମା, ଏ.ଏସ୍‌.ପି. (ୟୁ.ଟି), ଅନୁଗୋଳ ପ୍ୟାରେଡ୍‌ ପରିଚାଳନା କରିଥିଲେ ।

୫୦ ଜଣ କୋଭିଡ୍‌ ଯୋଦ୍ଧା, କ୍ୟାପିଟାଲ୍‌ ହସ୍‌ପିଟାଲ୍‌ର ୨୫ ଜଣ ସ୍ୱାସ୍ଥ୍ୟକର୍ମୀ, ଭୁବନେଶ୍ୱର ମହାନଗର ନିଗମର ୨୫ ଜଣ ସଫେଇ କର୍ମଚାରୀଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫‘ଟି’) ଶ୍ରୀ ଭି.କେ. ପାଣ୍ଡିଆନ୍‌, ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀବୃନ୍ଦ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ଏବଂ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ପ୍ରମୁଖ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଉପସ୍ଥିତ ଥିଲେ । ଆଜିର କାର୍ଯ୍ୟକ୍ରମକୁ ଶ୍ରୀମତୀ ସୁଚେତା ପି୍ରୟଦର୍ଶିନୀ, ସହନିର୍ଦ୍ଦେଶକ (କ୍ଷେତ୍ର) ଏବଂ ଡ. ମୃତୁ୍ୟଂଜୟ ରଥ ସଂଯୋଜନା କରିଥିଲେ ।