Home Administration ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢିଲା

ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢିଲା

ଭୁବନେଶ୍ୱର : ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଭତ୍ତା  ଘୋଷଣା କରିଛନ୍ତି।

ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ ।

ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭ %ରୁ ବଢ଼ି ,୨୮%ରେ ପହଞ୍ଚିଲା ।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ପହିଲାରୁ  ପିଛିଲା ଭାବରେ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଲାଗୁ  ହେବ ଓ ଏହା ଅକ୍ଟୋବରରୁ ମିଳିବ ।  ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ  ନଗଦ ଆକାରରେ ମିଳିବ ।

ଏଠାରେ ଉଲ୍ଲେଖନୀୟ ଯେ କେନ୍ଦ୍ର ସରକାର ତାଙ୍କର କର୍ମଚାରୀମାନଙ୍କୁ ଚଳିତବର୍ଷ ଜୁଲାଇ ପହିଲାରୁ ବର୍ଦ୍ଧିତ ହାରେ ୨୮ ପ୍ରତିଶତ ମହଙ୍ଗାଭତ୍ତା ପ୍ରଦାନ କରିଥିବାବେଳେ ରାଜ୍ୟ ସରକାରଙ୍କ କର୍ମଚାରୀମାନେ ମହଙ୍ଗାଭତ୍ତା ବୃଦ୍ଧି ପାଇଁ ଦାବି କରି ଆସୁଥିଲେ ।