Home Infrastructure ସମଲେଇ ପ୍ରକଳ୍ପର ସମୀକ୍ଷା

ସମଲେଇ ପ୍ରକଳ୍ପର ସମୀକ୍ଷା

​ସମ୍ବଲପୁର :  ମାନ୍ୟବର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (5-ଟି ) ଭି. କେ. ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ସମଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଏହି ଉଚ୍ଚ ସଚିବ ସ୍ତରୀୟ ଟିମରେ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଭି. ଭି ଯାଦବ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର. ଭିନିଲକ୍ରିଷ୍ଣା ସମ୍ବଲପୁର ଆସିଥିଲେ ।

 ​ଏହି ଉଚ୍ଚ ସଚିବ ସ୍ତରୀୟ ଟିମ ସମ୍ବଲପୁରରେ ପହଂଚି ପ୍ରଥମେ ମା ସମଲେଇ ଙ୍କ ଦର୍ଶନ ସହିତ ପ୍ରକଳ୍ପପାଇଁ ବିସ୍ତାପିତ ହେବାକୁ ଥିବା ଅଞ୍ଚଳକୁ ନିରୀକ୍ଷଣ କରିଛନ୍ତି । ଏହି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜନବସତି କୁ  ସ୍ଥାନାନ୍ତରଣ କରି ଦୁର୍ଗାପାଲି ଠାରେ ନିର୍ମାଣଧୀନ କଲୋନୀ କୁ ଅବସ୍ଥାପିତ କରାଯିବ । ସେଠାରେ ପ୍ରଶାସନ ତରଫରୁ ସମସ୍ତ ପ୍ରକାର ସୁବିଧା ଯୋଗେଇ ଦିଆଯିବ ।

ଏହି ପ୍ରକଳ୍ପ ଦ୍ୱାରା ସମ୍ବଲପୁର ଜିଲ୍ଲା ଓଡିଶା ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିବା ସହ ଅର୍ଥନୀତି କ୍ଷେତ୍ରରେ ରେ ସୁଦୃଢ ହେବ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ଅଗଣିତ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ । ମନ୍ଦିର ପାରିପାର୍ଶ ବୁଲିବା ପରେ ଟିମ ଦୁର୍ଗାପାଲି ଗସ୍ତ କରି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେଉଥିବା ବାସିନ୍ଦାଙ୍କ ପାଇଁ ନିର୍ମାଣ କରାଯାଉଥିବା କଲୋନୀ ବୁଲି ଦେଖିଛନ୍ତି । ଏବଂ କାମ ଗୁଡିକ ତୁରନ୍ତ ସାରିବା ସହ ଅନ୍ୟାନ୍ୟ ଅନୁସଙ୍ଗିକ ବ୍ୟବସ୍ଥା ଯଥାଶୀଘ୍ର ସାରିବାକୁ ନିର୍ଦ୍ଧେଶ ଦେଇଛନ୍ତି ।

ସୂଚନା ଯୋଗ୍ୟ ଯେ ନିର୍ମାଣ ସ୍ଥଳୀରେ ବିସ୍ଥାପନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ସାରିଛି ଏବଂ ଏପ୍ରିଲ ପ୍ରଥମ ସପ୍ତାହରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ । ଆସନ୍ତା ବର୍ଷ ମଧ୍ୟଭାଗ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ କରାଯିବା ଲକ୍ଷ୍ୟ ରଖାଯାଇଛି ।

​ଏହି ପରିଦର୍ଶନରେ  ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇ ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା, ସଦର ଉପଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ  ସହିତ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।