Home Health ସମ୍ମମରେ ସଫଳ କିଡ଼ନୀ ପ୍ରତ୍ୟାରୋପଣ

ସମ୍ମମରେ ସଫଳ କିଡ଼ନୀ ପ୍ରତ୍ୟାରୋପଣ

ଭୁବନେଶ୍ୱର :  ଅସୁସ୍ଥ ଝିଅ କୁ  କିଡ଼ନୀ ପ୍ରଦାନ କରି ପୁନର୍ଜନ୍ମ ଦେଲା ଜନ୍ମକଲା ମା | ସମ ଅଲଟିମେଟ ମେଡିକେୟାର ରେ ସଫଳ ଅସ୍ତ୍ରୋପଚାର ଫଳରେ ସୁସ୍ଥ ହୋଇପାରିଛନ୍ତି ଜଣେ ଯୁବତୀ |

ସମ୍ପୃକ୍ତ ଯୁବତୀ ଜଣକଙ୍କର ଦୁଇଟି କିଡ଼ନୀ ସମ୍ପୂର୍ଣ ଭାବେ ଅକାମି  ହୋଇ ପଡ଼ିଥିବା ବେଳେ ଚିକିତ୍ସା ନିମନ୍ତେ ଗତବର୍ଷ ନଭେମ୍ବର ମାସରେ ସେ ସମ ଅଲଟିମେଟ ମେଡ଼ିକେଆର ରେ ଭର୍ତି ହୋଇଥିଲେ |

ସମ୍ମମରେ  ନେଫରୋଲୋଜି ବିଭାଗର କନ୍ସଲଟାଣ୍ଟ ଡାକ୍ତର ତାପସ ରଞ୍ଜନ ବେହେରାଙ୍କ ଅଧୀନରେ ଚିକିତ୍ସା ଆରମ୍ଭ ହେବାପରେ   ସ୍ୱାସ୍ଥ୍ୟ ଅବସ୍ଥା କୁ ଦେଖି ତାଙ୍କର ସପ୍ତାହକୁ ଦୁଇ ଥର ଡାଏଲିସୀସ ଆରଂଭ କରାଯାଇଥିଲା | ତେବେ ପରବର୍ତୀ ପର୍ଯାୟରେ କିଡ଼ନୀ ପ୍ରତ୍ୟାରୋପଣ ର ନିଷ୍ପତି ନିଆଯାଇଥିଲା ବୋଲି  ଡାକ୍ତର ବେହେରା ସୂଚନା ଦେଇଛନ୍ତି |

ଝିଅର ଜୀବନ ବଞ୍ଚାଇବା ପାଇଁ ନିଜ କିଡ଼ନୀ ଦେବା ନିମନ୍ତେ ଇଛା ପ୍ରକାଶ କରିଥିଲେ ସମ୍ପୃକ୍ତ ଯୁବତୀଙ୍କ ମା | କିଡ଼ନୀ ପ୍ରତ୍ୟାରୋପଣ ର ସମସ୍ତ ପ୍ରସ୍ତୁତି ପରେ ଯୁବତୀ ଙ୍କ ମାଙ୍କ ଶରୀରରୁ ଲାପ୍ରୋସ୍କୋପିକ ପଦ୍ଧତିରେ କିଡ଼ନୀ  କଢ଼ାଯାଇ ଯୁବତୀଙ୍କ ଶରୀରରେ ପ୍ରତ୍ୟାରୋପଣ କରାଯାଇଥିଲା | ଏହି ସମ୍ପୂର୍ଣ୍ଣ ପ୍ରତ୍ୟାରୋପଣ ପଦ୍ଧତି ପରିଚାଳନା କରିଥିଲେ ୟୁରୋଲୋଜି ବିଭାଗର କନ୍ସଲଟାଣ୍ଟ ଡାକ୍ତର ପ୍ରିୟବ୍ରତ ଦାସ |

ଏହି ବିରଳ ଲାପ୍ରୋସ୍କୋପିକ ପଦ୍ଧତି ଦ୍ୱାରା ଡୋନର ଙ୍କୁ ବିଶେଷ ଭାବେ କଷ୍ଟ ହୁଏ ନାହିଁ, ଶରୀରରେ କୌଣସି ଦାଗ ରହେ ନାହିଁ ଓ ସେ ଦୁଇ ତିନି ଦିନ ମଧ୍ୟରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ପାରିଥିଲେ ବୋଲି ଡାକ୍ତର ଦାସ କହିଛନ୍ତି | ତେବେ ଯୁବତୀ ଙ୍କ ଶରୀରରେ ସାଧାରଣ ଭାବେ ଅସ୍ତ୍ରୋପଚାର ମାଧ୍ୟମରେ କିଡ଼ନୀ ପ୍ରତ୍ୟାରୋପଣ କରାଯାଇଛି |

 ଡୋନର ଙ୍କ ଠାରୁ କିଡ଼ନୀ ଅଣାଯିବା ଓ ରୋଗୀଙ୍କ ଶରୀରରେ ପ୍ରତ୍ୟାରୋପଣ ପ୍ରକ୍ରିୟା 4 ରୁ 5 ଘଣ୍ଟା ରେ ସମ୍ପୂର୍ଣ୍ଣ ହୋଇଥିବା ସେ ସୂଚନା ଦେଇଛନ୍ତି | ଯୁବତୀ ଜଣକ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ହସ୍ପିଟାଲ ରୁ ଶୁକ୍ରବାର ଡିସ୍ଚାର୍ଜ ହୋଇଛନ୍ତି | ଏହି ପ୍ରକ୍ରିୟା ଏକ ଟିମ ପ୍ର

LEAVE A REPLY

Please enter your comment!
Please enter your name here