Home General ସୋଆ ପ୍ରତିଷ୍ଠାତା ସଭାପତିଙ୍କ ମାତୃବିୟୋଗ

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ମାତୃବିୟୋଗ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ  (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡ଼ଃ  ମନୋଜରଞ୍ଜନ ନାୟକଙ୍କ ମାତା ଶ୍ରୀମତୀ  ସତ୍ୟଭାମା ନାୟକଙ୍କ  ଗୁରୁବାର ଅପରାହ୍ନ ୧୨.୧୦ ମିନିଟ ସମୟରେ  ବିୟୋଗ ଘଟିଛି |

ଭୁବନେଶ୍ୱର ସ୍ଥିତ କଳିଙ୍ଗ ବିହାର ବାସଭବନରେ ହୃଦଘାତରେ ମୃତ୍ୟୁବରଣ କରିଛନ୍ତି ସତ୍ୟଭାମା । ମୃତ୍ୟୁବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟ ଜନିତ ବ୍ୟାଧିରେ ପୀଡିତ  ଥିଲେ ।

ସେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ  ଫୁଲପାଟଣା (ବଲୁରିଆ ) ଗ୍ରାମର  ସ୍ୱର୍ଗତଃ ଦୈତାରୀ ନାୟକଙ୍କ ପତ୍ନୀ  । ତାଙ୍କର ଛଅ ପୁଅ ଓ ତିନି ଝିଅ ଅଛନ୍ତି ।  ପ୍ରଫେସର ନାୟକ ତାଙ୍କର ଦ୍ୱିତୀୟ ପୁତ୍ର ।ମୃତ୍ୟୁଶଯ୍ୟା ନିକଟରେ ପରିବାରର ସଦସ୍ୟ ମାନେ ଉପସ୍ଥିତ ଥିଲେ |