Home Health ସୋଆ ପ୍ରତିଷ୍ଠାତା ସଭାପତି ସମ୍ମାନିତ

ସୋଆ ପ୍ରତିଷ୍ଠାତା ସଭାପତି ସମ୍ମାନିତ

ଭୁବନେଶ୍ୱର : କରୋନା ମହାମାରୀ ସମୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ଼ଃ ) ମନୋଜରଞ୍ଜନ ନାୟକଙ୍କୁ ଓଡ଼ିଆ ଟିଭି ଚାନେଲ ନନ୍ଦିଘୋଷର ବର୍ଷପୂର୍ତ୍ତି ଉପଲକ୍ଷେ ଆୟୋଜିତ ‘ଜାତି ନନ୍ଦିଘୋଷ କନକ୍ଳେଭ’ ଅବସରରେ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି | ପ୍ରଫେସର ନାୟକଙ୍କ ପକ୍ଷରୁ ଏହି ସମ୍ବର୍ଦ୍ଧନା ଗ୍ରହଣ କରିଛନ୍ତି ସୋଆର ଛାତ୍ର ମଙ୍ଗଳ ଡିନ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ |

ନନ୍ଦିଘୋଷ ଟିଭିର ବର୍ଷ ପୂର୍ତ୍ତି ଅବସରରେ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ‘ନନ୍ଦିଘୋଷ ଟଭି ଏକ ନିରପେକ୍ଷ ଓ ଦାୟିତ୍ୱବାନ ଗଣମାଧ୍ୟମଭାବେ ସଫଳତାର ସହ କାମ କରିଚାଲିଛି । ଓଡ଼ିଆ ମିଡିଆ ଜଗତରେ ନିଜ ସ୍ଥିତି ମଜବୁତ୍ କରିପାରିଛି । ଗଣତନ୍ତ୍ରରେ ମିଡିଆର ସବୁଠାରୁ ବଡ଼ ଦାୟିତ୍ୱ ହେଲା ସାଧାରଣ ଲୋକଙ୍କ ସ୍ୱାର୍ଥର ସୁରକ୍ଷା କରିବା । ଲୋକଙ୍କ ସମସ୍ୟା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ।

ଏହି ଚ୍ୟାନେଲ ର ୧ ବର୍ଷ ପୂର୍ତ୍ତି ହୋଇ ଥିବାରୁ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ।  ଏହା ସହିତ ଚ୍ୟାନେଲ ଅତିରଞ୍ଜିତ ଖବରଠାରୁ ଦୂରରେ ରହିବ, ଅପପ୍ରଚାର ବିରୋଧରେ ଲଢ଼େଇ କରିବ ଏଵଂ ଓଡ଼ିଶା ଏବଂ ଓଡ଼ିଆଙ୍କ ସ୍ୱାର୍ଥ ବିଷୟରେ ସଚେତନତା ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି । 

ଏହି କନକ୍ଳେଭରେ ଅଗ୍ନିଶମ ଡିଜି ସତ୍ୟଜିତ୍ ମହାନ୍ତି, ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଓ ଓଡ଼ିଶା ମୋ ପରିବାରର ଆବାହକ ଅରୂପ ପଟ୍ଟନାୟକଙ୍କୁ ମଧ୍ୟ ‘ଜାତି ନନ୍ଦିଘୋଷ ସମ୍ମାନ’ ପ୍ରଦାନ କରାଯାଇଥିଲା।