Home General ହିମାଳୟ ଆରୋହଣ କଲେ ୨୩ ଓଡ଼ିଆ

ହିମାଳୟ ଆରୋହଣ କଲେ ୨୩ ଓଡ଼ିଆ

ଭୁବନେଶ୍ୱର : ହିମାଳୟର ୧୨.୫୧ ରେ ୧୨,୫୦୦ ଫୁଟ ଉଚ୍ଚତା ଦୟାରା ବୁଗୀୟାଲ ଶୀର୍ଷରେ -୫℃ ରୁ -୧୦℃ ହାଡଭାଙ୍ଗା ଶୀତ ରେ ପ୍ରତିଭା ଅନ୍ୱେଷଣ ସଂସ୍ଥା କଳିଙ୍ଗ ଡେୟାର ଡେଭିଲ୍ସ ଦ୍ୱାରା ଚୟନ ହୋଇଥିବା ଓଡ଼ିଶାର ବିଭିନ୍ନ ଜିଲ୍ଲାର ୨୩ ଜଣ ପ୍ରତିଭା ପହଞ୍ଚି ଜାତିୟ ପତାକା ଉଡେଇଛନ୍ତି।

ଉକ୍ତ କାର୍ଯ୍ୟକ୍ରମକୁ ଚଳଚ୍ଚିତ୍ର ଅଭିନେତା ବାବୁଶାନ ମହାନ୍ତି ଭୁବନେଶ୍ୱର ଠାରେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ଏବଂ ବିଜୟ ଯାତ୍ର ପାଇଁ ଶୁଭକାମନା ଜଣେଇଥିଲେ ।

କଳାହାଣ୍ଡି ରୁ ଡ଼. ସତ୍ୟପିର ପଧାନ, ନୃସିଂହ ଚରଣ ପଣ୍ଡା, ସ୍ୱରାଜ କୁମାର ରାଉତ, ସୁନ୍ଦର ସାହୁ, କ୍ରିଷ୍ଣା ଭଣ୍ଡାରଘରିଆ, ରେସବ କୁମାର ପାଣିଗ୍ରାହୀ, ସୌମ୍ୟ ରଞ୍ଜନ ରାଉତ, ଠାକୁର ସେନାପତି, ଜ୍ୟୋତିଷ କୁମାର ବଗ, ଯୋଗେଶ୍ୱର ନାଏକ, ବି.ଜେ ରାଜେଶ ଭୋଇ, ମୁରାରି ସାହୁ,  ନୂଆପଡ଼ାରୁ ସଚିନ୍ ବେହେରା, ହିତେଶ୍ କୁମାର ମେହେର, ମଳୟ କୁମାର ମେହେର , ବଲାଙ୍ଗୀରରୁ ଅମନ୍ ଛତ୍ରୀଆ, ଘନ ସତନାମୀ, ନିଳକମଲ ସାହୁ, ଛବିଲାଲ ମେହେର କନ୍ଧମାଳ ରୁ ସିଦ୍ଧାର୍ଥ କେଶରୀ ପ୍ରଧାନ, ନବରଙ୍ଗପୁରରୁ ପ୍ରଦୀପ ସିଂହା, ରାଉରକେଲାରୁ ବୈଦ୍ୟନାଥ ସିଂହା, ଜଗତସିଂହପୁରରୁ ସାଗର କୁମାର ମଲ୍ଲିକ ପ୍ରମୁଖ ଟିମ ରେ ସାମିଲ ହୋଇଥିଲେ।

କଳିଙ୍ଗ ଡେୟାର ଡେଭିଲ୍ସ ଦ୍ୱାରା କରୋନା ମହାମାରୀ ବ୍ୟାପିବା ପୂର୍ବରୁ ସଚେତନତା ନିମନ୍ତେ ଏକ ସାଇକେଲ୍ ଶୋଭାଯାତ୍ରାର ଆୟୋଜନ କରା ଯାଇଥିଲା ଏବଂ ବର୍ତ୍ତମାନ କରୋନା ଯୋଦ୍ଧା ମାନଙ୍କୁ ସମର୍ପିତ କରିବା ଉଦ୍ଧେଶ୍ୟରେ ଉତ୍ତରାଖଣ୍ଡ ସ୍ଥିତ ହିମାଳୟର ୧୨,୫୦୦  ଫୁଟ ଉଚ୍ଚତା ରେ ଜାତୀୟ  ପତାକା ଉଡେଇଛନ୍ତି ବୋଲି କଳିଙ୍ଗ ଡେୟାର୍ ଡେଭିଲ୍ସ୍ ର ସଭାପତି ଡ଼. ସତ୍ୟପିର ପଧାନ ସୂଚନା ଦେଇଛନ୍ତି ।