Home General ୟାଶ ମୁକାବିଲା ପାଇଁ ନୌସେନା ପ୍ରସ୍ତୁତ

ୟାଶ ମୁକାବିଲା ପାଇଁ ନୌସେନା ପ୍ରସ୍ତୁତ

ନୂଆଦିଲ୍ଳୀ : ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଥିବା ଲଘୁଚାପ ବଳୟ କ୍ରମଶଃ ଘନୀଭୂତ ହୋଇ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ ‘ୟାଶ’ ରୂପ ନେବାର ସମ୍ଭାବନା ଥିବାବେଳେ ଏହାର ମୁକାବିଲା ପାଇଁ ଭାରତୀୟ ନୌସେନା ପ୍ରସ୍ତୁତ ହୋଇ ରହିଛି ।

ବଙ୍ଗୋପସାଗରରେ ସୃଷ୍ଟ ଏହି ଝଡ ଉତ୍ତରପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ହୋଇ ଆସନ୍ତା ୨୬ତାରିଖ ଦିନ ଅତିକ୍ରମ କରିବା ସମ୍ଭାବନା ଅଛି । ଭାରତୀୟ ନୌସେନା ଏହି ଝଡବାତ୍ୟାର ଗତିପଥ ଉପରେ ସତର୍କ ନଜର ରଖିଛି ।

ପୂର୍ବ ନୌକମାଣ୍ଡ ଏବଂ ଓଡିଶା ଓ ପଶ୍ଚିମବଙ୍ଗ ଭାରପ୍ରାପ୍ତ ନୌସେନା ଅଧିକାରୀ ବାତ୍ୟା ‘ୟାସ’ ପ୍ରଭାବର ମୁକାବିଲା ନିମନ୍ତେ କାର‌୍ୟ୍ୟପନ୍ଥା ପ୍ରସ୍ତୁତ କରିଛନ୍ତି । ସେମାନେ ରାଜ୍ୟ ପ୍ରଶାସନର ଯୋଗାଯୋଗରେ ରହିବା ସହ ଆବଶ୍ୟକ ସ୍ଥଳେ ସମସ୍ତ ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଛନ୍ତି ।

ପ୍ରସ୍ତୁତିର ଅଂଶବିଶେଷ ଭାବେ ୮ଟି ବନ୍ୟା ରିଲିଫ ଓ ଚାରୋଟି ଡ୍ରାଇଭିଂ ଟିମ୍ ଓଡିଶା ଓ ପଶ୍ଚିମବଙ୍ଗରେ ଉପସ୍ଥିତ ଦଳର ସହାୟତା ପାଇଁ ପ୍ରସ୍ତୁତ ରହିଛନ୍ତି । ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ମାନବିକ ସହାୟତା ଓ ବିପର‌୍ୟ୍ୟୟ ପ୍ରଶମନ ନିମନ୍ତେ ଚାରୋଟି ନୌସେନା ଜାହାଜ ସଜାଗ ରହିଛନ୍ତି ।