Home Covid ୧୧ହଜାର ଉପରେ କରୋନା

୧୧ହଜାର ଉପରେ କରୋନା

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ୧୧ହଜାର ପାର କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୯୯ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୨୧୪ ଏବଂ ସ୍ଥାନୀୟ ସଂକ୍ରମିତ ୪୮୮୫ ରହିଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪୬୦ ଜଣଙ୍କୁ ଚିହ୍ନଟ କରାଯାଇଛି ।

ସୂଚନାଯୋଗ୍ୟ ଯେ ଚଳିତମାସ ୧୫ ତାରିଖରେ ରାଜ୍ୟରେ ୧୧,୭୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬ ଓ ୧୭ ତାରିଖରେ ଯଥାକ୍ରମେ ୧୦,୭୫୭ ଓ ୧୦,୩୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୯୮୩, କଟକରୁ ୮୬୭ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୫୫୨, ବାଲେଶ୍ୱରରୁ ୪୦୮, ବରଗଡ଼ରୁ ୩୩୯, ଭଦ୍ରକରୁ ୪୩୧, ବଲାଙ୍ଗିରରୁ ୨୮୮, ବୌଦ୍ଧରୁ ୨୧୩, ଦେବଗଡ଼ରୁ ୧୦୭, ଢେଙ୍କାନାଳରୁ ୧୬୨, ଗଜପତିରୁ ୮୨, ଗଞ୍ଜାମରୁ ୧୯୬, ଜଗତସିଂହପୁରରୁ ୩୦୨, ଯାଜପୁରରୁ ୩୭୮, ଝାରସୁଗୁଡ଼ାରୁ ୩୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି କଳାହାଣ୍ଡିରୁ ୨୯୯, କନ୍ଧମାଳରୁ ୮୮, କେନ୍ଦ୍ରାପଡ଼ାରୁ ୧୫୬, କେନ୍ଦୁଝରରୁ ୧୬୫, କୋରାପୁଟରୁ ୨୮୦, ମାଲକାନଗିରିରୁ ୧୦୨, ମୟୂରଭଞ୍ଜରୁ ୫୦୭, ନବରଙ୍ଗପୁରରୁ ୩୫୧, ନୟାଗଡ଼ରୁ ୨୭୭, ନୂଆପଡ଼ାରୁ ୨୩୨, ପୁରୀରୁ ୩୫୬, ରାୟଗଡ଼ାରୁ ୧୭୦, ସମ୍ବଲପୁରରୁ ୫୪୭ ଓ ସୋନପୁରରୁ ୨୫୨ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍ ପୁଲରୁ୨୪୨ ଜଣ ଚିହ୍ନଟ ହୋଇଛନ୍ତି ।

ଆଜି ସୁଦ୍ଧା ରାଜ୍ୟରେ ୧,୧୦,୫୮,୩୮୬ କୋଭିଡ ନମୂନା ପରୀକ୍ଷା ହୋଇଥିବାବେଳେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪୪ ହଜାର ୪୦୧ରେ ପହଞ୍ଚି ଯାଇଛି । ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୩୬ ହଜାର ୫୯୫ ଜଣ ସୁସ୍ଥ ହୋଇସାରିଲେଣି । ଲକ୍ଷେ ୫ ହଜାର ୩୭୫ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି ।

ଅନ୍ୟ ପକ୍ଷରେ ରାଜ୍ୟରେ ଆଉ ୨୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୩୭୮କୁ ବୃଦ୍ଧି ପାଇଛି । ଆଜି ୧୪ଟି ଜିଲ୍ଲାରୁ ଏହି ୨୧ ଜଣଙ୍କ ମୃତ୍ୟୁ ଘଟିଛି । କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ସେହିପରି ବରଗଡ଼, ବଲାଙ୍ଗୀର, କଟକ, କନ୍ଧମାଳ, କେନ୍ଦୁଝର, ନୟାଗଡ଼, ନୂଆପଡ଼ା ଓ ପୁରୀର ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।