Home General ୬ତାରିଖରୁ ଲଘୁଚାପ ବର୍ଷା

୬ତାରିଖରୁ ଲଘୁଚାପ ବର୍ଷା

ଭୁବନେଶ୍ୱର : ଓଡ଼ିଶା ଉପକୂଳ ଉତର-ପଶ୍ଚିମ ବଙ୍ଗୋପ ସାଗରରେ ସେପ୍ଟେମ୍ବର ୬ ତାରିଖରେ ଏକ ଲଘୁଚାପ ଘନୀଭୂତ ହେବା ସମ୍ଭାବନା ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସେପ୍ଟେମ୍ବର ୫ ଓ ୬ ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ସିଇସିର ନିର୍ଦ୍ଦେଶକ ଡଃ ଶରତ ଚନ୍ଦ୍ର ସାହୁ କହିଛନ୍ତି ।

ସେପ୍ଟେମ୍ବର ୬ ତାରିଖ ରାତିରୁ ୭ ତାରିଖ ମଧ୍ୟରେ ବର୍ଷାର ଗତି ଉତର ଓଡ଼ିଶାର ବିଭିନ୍ନ ଜିଲ୍ଲା ଗୁଡିକୁ ପ୍ରଭାବିତ କରି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ସେ କହିଛନ୍ତି । ଏହାର ପ୍ରଭାବରେ ସେପ୍ଟେମ୍ବର ୪ରୁ ୭ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ସେପ୍ଟେମ୍ବର ୧୧ ତାରିଖରେ ସେହି ଉତର ପଶ୍ଚିମ ବଙ୍ଗୋପସାଗରରେ ଅନ୍ୟ ଏକ ଲଘୁଚାପ ସୃଷ୍ଟି ହେବା ଫଳରେ ଉପକୂଳବର୍ତୀ ଅଂଚଳରେ ସେପ୍ଟେମ୍ବର୧୧ ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଡଃ ସାହୁ କହିଛନ୍ତି ।