Home News in Odia ଅପରେସନ ଗରୁଡ ଆରମ୍ଭ

ଅପରେସନ ଗରୁଡ ଆରମ୍ଭ

କଟକ : ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ ଅଗଷ୍ଟ ୧ ତାରିଖରୁ  ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏସପିଙ୍କ ନେତୃତ୍ୱରେ ଅପେରସନ”ଗରୁଡ଼”  ଅଭିଯାନ  ଆରମ୍ଭ ହୋଇଛି । 

ଏହି ଅଭିଯାନ ଚଳିତ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ( ଆଇନ ଓ ଶୃଙ୍ଖଳା)  ଶ୍ରୀ ସଞ୍ଜୟ କୁମାର ସୂଚନା ଦେଇଛନ୍ତି।  ଅପରାଧ ଏବଂ ଅପରାଧୀଙ୍କ ଉପରେ ରୋକ ଲଗାଇବାକୁ ଏହି ଅଭିଯାନକୁ ଆହୁରି ଜୋରଦାର କରାଯିବ ବୋଲି ସେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଏହି ଅଭିଯାନରେ  ମୁଖ୍ୟତଃ  ଜାମିନ ବିହୀନ ୱାରେଣ୍ଟକୁ କାର୍ଯ୍ୟକାରୀ କରିବା,  ନିଶା ଦ୍ରବ୍ୟ ଚୋରା ଚାଲାଣକୁ ରୋକିବା, ବେଆଇନ ଅସ୍ତ୍ରଶସ୍ତ୍ର ଜବତ ଏବଂ ଅପରାଧୀଙ୍କୁ ଗିରଫ କରିବା, ଜୁଆ ଆଡ୍ଡା ଉପରେ ଚଢ଼ାଉ ଏବଂ ବିଭିନ୍ନ ଅପରାଧରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ।

ଏହି  ଅପରେସନର ପ୍ରଥମ ସପ୍ତାହରେ ସମସ୍ତ ଜିଲ୍ଲାର ଏସପି ଓ ଅନ୍ୟାନ୍ୟ ଅଧିକାରୀ ସାମିଲ ହୋଇ ଅପରାଧ ଏବଂ ଅପରାଧୀଙ୍କୁ ରୋକିବାରେ ଉଲ୍ଲେଖନୀୟ  ସଫଳତା ହାସଲ କରିଛନ୍ତି ।  ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱ।ବଧାନରେ ଏହି ଅପରେସନ ସାରା ରାଜ୍ୟରେ କାର୍ଯ୍ୟକାରୀ ହେଉଛି।

ସାଧାରଣ ଲୋକଙ୍କୁ ସେବା ଓ ସୁରକ୍ଷା ଯୋଗାଇ ଦେବାକୁ ଓଡିଶା ପୋଲିସ ପ୍ରତିଶୃତିବଦ୍ଧ।  ଆଗାମୀ ଦିନରେ ମଧ୍ୟ ଅପରାଧ ଏବଂ ଅପରାଧୀମାନଙ୍କ ବିରୁଦ୍ଧରେ ଏହିପରି ଅଭିଯାନ ଜାରି ରହିବ ବୋଲି ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ  (ଆଇନ ଓ ଶୃଙ୍ଖଳା) ଶ୍ରୀ ସଂଜୟ କୁମାର କହିଛନ୍ତି।