Home Education ଖରା ପାଇଁ ତିନି ଦିନ ସ୍କୁଲ ଛୁଟି

ଖରା ପାଇଁ ତିନି ଦିନ ସ୍କୁଲ ଛୁଟି

ଭୁବନେଶ୍ୱର: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।  

ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି ଯେ ଗ୍ରୀଷ୍ମ ପ୍ରବାହ ଦିନର ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ବେସରକାରୀ ବିଦ୍ୟାଳୟ ସମେତ ସମସ୍ତ ବିଦ୍ୟାଳୟକୁ ଦିନ ପାଇଁ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି

ଆଇଏମଡିର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ଦୁଇ ଦିନ ମଧ୍ୟରେ ଅନେକ ସ୍ଥାନରେ ତାପମାତ୍ରା ଧୀରେ ଧୀରେ ୨ରୁ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବାର ସମ୍ଭାବନା ରହିଛି ଏପ୍ରିଲ ୧୮ରୁ ୨୦ ତାରିଖ ମଧ୍ୟରେ ଓଡ଼ିଶାର କେତେକ ସ୍ଥାନରେ ତାପମାତ୍ରା ୪୫ ଡିଗ୍ରି ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରାଯାଇଛି

ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଙ୍କ ସୂଚନା ଅନୁଯାୟୀ, ମୟୂରଭଞ୍ଜ ଜିଲ୍ଲାର ବାରିପଦା ସହର ମଙ୍ଗଳବାର ୪୩. ଡିଗ୍ରୀ ସେଲସିୟସ୍ ତାପମାତ୍ରା ସହ ସମଗ୍ର ଦେଶର ସବୁଠାରୁ ଉତ୍ତପ୍ତ ସ୍ଥାନ ଥିଲା

ପାଣିପାଗ ବିଭାଗର ଭୁବନେଶ୍ୱର କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍ ରେ କୁହାଯାଇଛି ଯେ ବୁଧବାର କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧାଢେଙ୍କାନାଳ, ଯାଜପୁର, ନୟାଗଡ଼, କନ୍ଧମାଳ, କୋରାପୁଟ, ମାଲକାନଗିରି, ଅନୁଗୁଳ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗରମ ଆର୍ଦ୍ରତା ରହିବ