ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଓଡିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ ଗଠନ କରିଛନ୍ତି ।
ଏହି ବୋର୍ଡରେ ଧର୍ମଶାଳା ବିଧାୟକ ଶ୍ରୀ ପ୍ରଣବ ବଳବନ୍ତରାୟ ଓ ଝାରସୁଗୁଡା ବିଧାୟିକା ଦୀପାଳି ଦାସଙ୍କୁ ସଦସ୍ୟ ଭାବେ ମନୋନୀତ କରାଯାଇଛି । ଅନ୍ୟମାନଙ୍କ ମଧ୍ୟରେ ଏହି ବୋର୍ଡରେ ପରିବହନ ବିଭାଗର ଅଧିକାରୀ, ଗାଡିମାଲିକ ସଂଘର ପ୍ରତିନିଧି, ଚାଳକ ସଂଘର ପ୍ରତିନିଧି, କର୍ମଚାରୀ ସଂଘର ପ୍ରତିନିଧି ତଥା ସାମାଜିକ କର୍ମୀ ମଧ୍ୟ ସଦସ୍ୟ ଭାବେ ରହିବେ ।
ଜୁନ୍ ୧୨, ୨୦୨୩ରେ ମୁଖ୍ୟମନ୍ତ୍ରୀ ଏହି ବୋର୍ଡ ଗଠନ ନିମନ୍ତେ ଘୋଷଣା କରିଥିଲୋ ଏହି ବୋର୍ଡ ଡ୍ରାଇଭର ତଥା କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାରଙ୍କୁ ଆବଶ୍ୟକୀୟ ପରାମର୍ଶ ଦେବେ ଏବଂଡ୍ରାଇଭର ତଥା କର୍ମଚାରୀଙ୍କ କଲ୍ୟାଣ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବେ । ଏହି କଲ୍ୟାଣ ବୋର୍ଡ ଦ୍ୱାରା ରାଜ୍ୟର ପାଞ୍ଚ ଲକ୍ଷରୁ ଊଦ୍ଧ୍ୱ ର୍ଡ୍ରାଇଭର ଓ କର୍ମଚାରୀ ତଥା ସେମାନଙ୍କ ପରିବାରବର୍ଗ ଉପକୃତ ହେବେ ।