ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ପାନୀୟ ନିଗମ ଲିମିଟେଡ ( ଓଏସବିସିଏଲ) ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫ କୋଟି ଟଙ୍କା ପ୍ରଦାନ କରାଯାଇଛି ।
ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ରାଜ୍ୟ ପର୍ଯ୍ୟଟନ, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାରଙ୍କ ଉପସ୍ଥିତିରେ ରାଜ୍ୟ ପଂଚାୟତିରାଜ ଓ ପାନୀୟ ଜଳ ଏବଂ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ତଥା ଓଏସବିସିଏଲ ର ଅଧ୍ୟକ୍ଷ ଶ୍ରୀ ସୁଶୀଲ କୁମାର ଲୋହାନୀଙ୍କ ଠାରୁ ଲୋକସେବା ଭବନରେ ଏହି ଅର୍ଥ ଚେକ୍ ଆକାରରେ ଗ୍ରହଣ କରିଥିଲେ ।
ଏହି ସମୟରେ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ପ୍ରସନ୍ନ କୁମାର ଷଡଙ୍ଗୀ, ମୁଖ୍ୟ ପରିଚାଳକ (ସିଜେଏମ୍) ଶ୍ରୀ ମାନସ ରଞ୍ଜନ ସ୍ୱାଇଁ ଉପସ୍ଥିତ ଥିଲେ ।