Home Election ପ୍ରଚାର ସରିଲେ ନିର୍ବାଚନମଣ୍ଡଳୀରେ ରହିବେନି ନେତା

ପ୍ରଚାର ସରିଲେ ନିର୍ବାଚନମଣ୍ଡଳୀରେ ରହିବେନି ନେତା

ଭୁବନେଶ୍ୱର : ତି୍ରସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଚାର ନିମନ୍ତେ ରାଜ୍ୟ ନିର୍ବାଚନ କମିଶନଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ନିର୍ବାଚନ ପ୍ରଚାର ସୀମା ଶେଷ ହେବା ପରେ ସଂପୃକ୍ତ ନିର୍ବାଚନ ମଣ୍ଡଳୀ ମଧ୍ୟରେ କୌଣସି ରାଜନୈତିକ ଦଳର କର୍ମକର୍ତ୍ତାମାନେ ଉପସ୍ଥିତ ରହିପାରିବେ ନାହିଁ ବୋଲି ନିର୍ବାଚନ କମିଶନ ସ୍ପଷ୍ଟ ଭାବେ ସମସ୍ତ ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଓ ଡିସିପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ମତଦାନ ଗ୍ରହଣର ୩୬ ଘଣ୍ଟା ପୂର୍ବରୁ ନିର୍ବାଚନ ମଣ୍ଡଳୀ ମଧ୍ୟରେ ରାଜନୈତିକ ଦଳମାନଙ୍କ ଦ୍ୱାରା ନିର୍ବାଚନ ସଂପର୍କୀୟ କୌଣସି ପ୍ରକାର ପ୍ରଚାର ନହେବା ପାଇଁ ଦୃଷ୍ଟି ଦେବାକୁ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନିର୍ବାଚନ କମିଶନ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

ଗୋଟିଏ ନିର୍ବାଚନ ମଣ୍ଡଳୀ ମଧ୍ୟରେ ବାହାର ନିର୍ବାଚନ ମଣ୍ଡଳୀର ଭୋଟର କିମ୍ବା ନିର୍ବାଚନ ପ୍ରଚାର କାର୍ଯ୍ୟରେ ନିୟୋଜିତ ଥିବା ରାଜନୈତିକ କର୍ମକର୍ତ୍ତାମାନେ ଉପସ୍ଥିତ ରହିପାରିବେ ନାହିଁ ବୋଲି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।

ପଞ୍ଚାୟତ ନିର୍ବାଚନକୁ ମୁକ୍ତ, ସ୍ୱଚ୍ଛ ଓ ନିରପେକ୍ଷ ଭାବେ ପରିଚାଳନା କରିବା ଦିଗରେ ନିର୍ବାଚନ କମିଶନ ସର୍ବାଧିକ ଗୁରୁତ୍ୱ ଦେବା ସହ ବିହିତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।