ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ତିନିଗୋଟି କଳା କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚା ପକ୍ଷରୁ ଆସନ୍ତା ୨୭ ତାରିଖ ଦିନ ଭାରତ ବନ୍ଦ ହେବାକୁ ଯାଉଛି । ଭାରତୀୟ ଜାତୀୟ କଂଗ୍ରେସ ଏହି ବନ୍ଦକୁ ସମର୍ଥନ କରିବାପାଇଁ ନିଷ୍ପତି ନେଇଛି ।
କଂଗ୍ରେସ ଦଳ ସର୍ବଦା କୃଷକମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ କାର୍ଯ୍ୟ କରିଆସିଛି । ଏଣୁ ୨୭ ତାରିଖ ଦିନ ଭାରତ ବନ୍ଦକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପୂର୍ଣ୍ଣ ସମର୍ଥନ ଦିଆଯିବ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ ବିବୃତିରେ କହିଛନ୍ତି ।
ଏହି ମର୍ମରେ ଜିଲ୍ଲାସ୍ତରରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବନ୍ଦ କାର୍ଯ୍ୟକ୍ରମକୁ ପୂର୍ଣ୍ଣମାତ୍ରାରେ ସଫଳ କରିବାପାଇଁ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଜିଲ୍ଲା ସଭାପତି ମାନଙ୍କ ପତ୍ର ଲେଖିଛନ୍ତି । ରାଜ୍ୟର ସମସ୍ତ କଂଗ୍ରେସ ନେତୃବୃନ୍ଦ, ସାଂସଦ, ବିଧାୟକ, ପୂର୍ବତନ ସାଂସଦ, ପୂର୍ବତନ ବିଧାୟକ, ସାମୁଖ୍ୟ ଓ ପ୍ରକୋଷ୍ଠାର କର୍ମକର୍ତା, ସାଂସଦ ଓ ବିଧାୟକ ପ୍ରାର୍ଥର୍ୀ, କୃଷକ, ଶ୍ରମିକ ଓ ଜନସାଧାରଣ ଏହି ବନ୍ଦକୁ ସଫଳ କରିବାକୁ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଜଣାଇଛନ୍ତି ।