Home News in Odia ଭୟଙ୍କର ଗ୍ରୀଷ୍ମ ପ୍ରବାହ

ଭୟଙ୍କର ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଜି ଭୁବନେଶ୍ୱରରେ ତାପମାତ୍ରା ୪୪.୬ ଡିଗ୍ରି ଛୁଇଁଛି।

ମୁଖ୍ୟତଃ ଉତ୍ତର-ପଶ୍ଚିମ/ପଶ୍ଚିମ ଶୁଖିଲା ବାୟୁ ଏବଂ ଉଚ୍ଚ ସୌର ପ୍ରବାହ ଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବ। ଫଳରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର କେତେକ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠାରୁ ୪ରୁ ୬ ଡିଗ୍ରି ଅଧିକ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଚଳିତ ଗ୍ରୀଷ୍ମ ଋତୁରେ ଆଜି ରାଜଧାନୀରେ ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି। ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ଝାରସୁଗୁଡ଼ାରେ ୪୩.୬, ରାଉରକେଲାରେ ୪୨.୫, ଚାନ୍ଦବାଲିରେ ୪୨.୪ ଓ ସମ୍ବଲପୁରରେ ୪୨.୧ ଡିଗ୍ରି ରେକର୍ଡ କରାଯାଇଛି।

ଅନ୍ୟପକ୍ଷରେ ଆଇଏମଡିର ଭୁବନେଶ୍ୱର କେନ୍ଦ୍ର ପକ୍ଷରୁ ରବିବାର ପାଇଁ ବିଭିନ୍ନ ଅଞ୍ଚଳ ପାଇଁ ରେଡ୍ ଓ୍ଵାର୍ଣ୍ଣିଂ (ସତର୍କ) ଜାରି କରାଯାଇଛି ଏବଂ ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଖୋର୍ଦ୍ଧା, କଟକ, ସମ୍ବଲପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଲାଗିପାରେ ।

ସେହିପରି ଦେବଗଡ଼, ସୋନପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ରାୟଗଡ଼ା, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ମାଲକାନଗିରି, ଗଞ୍ଜାମ, ଗଜପତି, ନବରଙ୍ଗପୁର ଓ ବରଗଡ଼ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ।

ପାଣିପାଗ ବିଭାଗ ମଧ୍ୟ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ସତର୍କ ସୂଚନା ଜାରି କରି ଆସନ୍ତା ସପ୍ତାହରେ ଗରମ ଓ ଆର୍ଦ୍ର ତାପମାତ୍ରାରୁ ମୁକ୍ତି ପାଇବ ନାହିଁ। ଏପ୍ରିଲ ୨୯ ରେ । ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଖୋର୍ଦ୍ଧା, କଟକ, ସମ୍ବଲପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲା ପାଇଁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼ ଓ ଦେବଗଡ଼ ଜିଲ୍ଲାରେ ସୋମବାର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ରାଜ୍ୟର ଅଧିକାଂଶ ସ୍ଥାନରେ ଗରମ ଓ ପ୍ରବଳ ଆର୍ଦ୍ରତା ଲାଗି ରହିଥିବାରୁ ସକାଳ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ଘରୁ ନ ବାହାରିବାକୁ ଆଇଏମଡି ପରାମର୍ଶ ଦେଇଛି। ​