ଭୁବନେଶ୍ୱର : ସାରା ଦେଶ ଚଳିତ ବର୍ଷ ସ୍ୱାଧୀନତା ର ଅମୃତ ମହୋତ୍ସବ ପାଳନ କରିବାକୁ ଯାଉଛି । ଏଥିପାଇଁ ଦେଶ ବାସୀଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖା ଦେଇଛି ।ସରକାରୀ ଓ଼ ବେସରକାରୀ ସ୍ତରରେ ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି ।
ସ୍ୱାଧୀନତା ର ୭୫ ତମ ପୂର୍ତ୍ତି ଉତ୍ସବ ଅବସରରେ ଓଡିଶା ବାସୀଙ୍କୁ ମାଗଣାରେ ଜାତୀୟ ପତାକା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟ ର ମିଶନ ଶକ୍ତିର ମା ମାନଂକୁ ଜାତୀୟ ପତାକା ତିଆରି ଓ଼ ବଣ୍ଟନ ଦାୟିତ୍ୱ ଦିଆଯାଇଛି ।
ସୂଚନା ଯୋଗ୍ୟ ଯେ ମିଶନ ଶକ୍ତିର ମା ମାନେ ୩୦ ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତ କରିଛନ୍ତି ଏବଂ ଏଥିପାଇଁ ରାଜ୍ୟ ସରକାର ସେମାନଙ୍କୁ ଅନୁଦାନ ଯୋଗାଇ ଦେଇଛନ୍ତି ।
ଉଲ୍ଲେଖନୀୟ ଯେ କେନ୍ଦ୍ର ସରକାର ଲୋକଙ୍କୁ ୨୫ ଟଙ୍କା ମୂଲ୍ୟରେ ଜାତୀୟ ପତାକା ଯୋଗାଇବା ଦେବାପାଇଁ ପ୍ରତ୍ୟେକ ଡାକଘରେ ଏହାର ବିକ୍ରି ବ୍ୟବସ୍ଥା କରିଛନ୍ତି । ଏପରିକି ସେହି ମୂଲ୍ୟରେ ଏହାକୁ ଲୋକଙ୍କ ଘରେ ପହଞ୍ଚାଇବାର ବ୍ୟବସ୍ଥା କରିଛନ୍ତି ।