ଭୁବନେଶ୍ୱର : ନିବେଶକ ମହାକୁମ୍ଭ ମେକ୍ ଇନ୍ ଓଡିଶା ନଭେମ୍ବର ୩୦ ବୁଧବାର ଠାରୁ ଆରମ୍ଭ ହୋଇଛି । ଭୁବନେଶ୍ୱର ଜନତା ମଇଦାନରେ ଆରମ୍ଭ ହୋଇଥିବା ଏହି ଶିଳ୍ପ ମହାକୁମ୍ଭରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ମଧ୍ୟ ଷ୍ଟଲ ଖୋଲା ଯାଇଛି । ସୋଆର ଏହି ଷ୍ଟଲ୍ କୁ ଉଦ୍ଘାଟନ କରିଛନ୍ତି ଆଇଟି ସଚିବ ଶ୍ରୀ ମନୋଜ ମିଶ୍ର ।
କୃଷି ଓ ପଶୁ ସଂପଦ, ଦନ୍ତ ଚିକିତ୍ସା ଓ ଡାକ୍ତରୀ ଚିକିତ୍ସା କ୍ଷେତ୍ରକୁ ନେଇ ଏହି ଷ୍ଟଲ ପ୍ରଦର୍ଶିତ ହୋଇଥିଲା । ଏଥିସହିତ ସୋଆ ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜ୍ମେଂଟ ପକ୍ଷରୁ ମଧ୍ୟ ଏକ ଖାଦ୍ୟ ଷ୍ଟଲ୍ ଖୋଲା ଯାଇଥିଲା । ଏହି ଷ୍ଟଲରେ ଆମିଷ ଓ ନିରାମିଷ ଖାଦ୍ୟ ସହିତ ଓଡିଶାର ପାରମ୍ପାରିକ ଓଡିଆ ଖାଦ୍ୟ ମଧ୍ୟ ପରିବେଷଣ କରାଯାଇଥିଲା ।
ଏହି ଉଦ୍ଘାଟନ ଅବସରରେ ସୋଆର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।