ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ୭୮ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି । ତଦନୁଯାୟୀ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ତାହାର ତାଲିକା ଜାରି ହୋଇଛି ।
ରାଜଧାନୀ ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ପତାକା ଉତ୍ତୋଳନ କରିବାକୁ ଥିବାବେଳେ ନୂଆପଡ଼ାରେ ଜାତୀୟ ପତାକା ଉତ୍ତୋଳନ କରିବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ।
ସେହିପରି କଳାହାଣ୍ଡିରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ସୁନ୍ଦରଗଡ଼ରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାୟକ, କୋରାପୁଟରେ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଗଞ୍ଜାମରେ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଜାତୀୟ ପତାକା ଉତ୍ତୋଳନ କରିବେ।
ବରଗଡ଼ରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଜପତିରେ ପରିବହନ ମନ୍ତ୍ରୀ ବିଭୁତି ଭୁଷଣ ଜେନା, ବାଲେଶ୍ୱରରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ବଲାଙ୍ଗିରରେ ମନ୍ତ୍ରୀ ଗଣେଶ ରାମ ସିଂହଖୁଣ୍ଟିଆ, ମାଲକାନଗିରିରେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଖୋର୍ଦ୍ଧାରେ ମନ୍ତ୍ରୀ ପ୍ରତାପ ବଳ ସାମନ୍ତ, କନ୍ଧମାଳରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ରାୟଗଡ଼ାରେ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଜାତୀୟ ପତାକା ଉତ୍ତୋଳନ କରିବେ।
ପୁରୀ, ସମ୍ବଲପୁର, କେନ୍ଦୁଝର, ଅନୁଗୋଳ, ଜଗତସିଂହପୁର, ଝାରସୁଡ଼ା, ମୟୂରଭଞ୍ଜ, ସୋନପୁର, ସୋନପୁର, ଢ଼େଙ୍କାନାଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, ଯାଜପୁର, କେନ୍ଦ୍ରାପଡ଼ା ଓ ନୟାଗଡ଼ରେ ଜିଲ୍ଲାପାଳ ଜାତୀୟ ପତାକା ଉତ୍ତୋଳନ କରିବେ। ରାଉରକେଲାରେ ସୁନ୍ଦରଗଡ଼ ଜିଲ୍ଲାପାଳ ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି ।