ଭୁବନେଶ୍ୱର : ରାଜଧାନୀର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ଗାଡ଼ି ମୋଟର ସଂଖ୍ୟା ରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି ।
ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥା ରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦେଶ ରେ ରେ 5T ସଚିବ ଭିକେ ପାଣ୍ଡିଆନ ଆଜି ବଡି ଭୋର ରୁ ଶିଶୁ ଭବନ ଚ୍ଛକ , ରବି ଟକିଜ ଛକ କଳ୍ପନା ଚ୍ଛକ, ବେହେରା ସାହି ଛକ . ରସୁଲଗଡ ଚ୍ଛକ, ଓ଼ ଆଇଗିଣିଆ ଚ୍ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ ଓ ପ୍ରଶାସନ ଏବଂ ପୋଲିସ ର ବରିଷ୍ଠ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥା ରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ ।
ଏହି ପରିଦର୍ଶନ ସମୟ ରେ ପୋଲିସ କମିଶନର ଶ୍ରୀ ଏସ ପ୍ରିୟଦର୍ଶୀ. ପୂର୍ତ ସଚିବ ଶ୍ରୀ ଭି ଭି ଯାଦବ, ବିଏମସି କମିଶନର ଶ୍ରୀ କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ ।