ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ନିର୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ (୫ଟି) ଭି କେ ପାଣ୍ଡିଆନ ଆଜି କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ ।
ନୟାଗଡ ଜିଲ୍ଲାର କଣ୍ଟିଲୋ ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ. ମହାନଦୀ କୂଳରେ ନୀଳମାଧଵ ପୀଠର ଶୋଭା ଅତ୍ୟନ୍ତ ମନୋରମ । ୫ଟି କାର୍ଯ୍ୟକ୍ରମ ରେ ଏହି ପୀଠର ବିକାଶ କରି ଅଧିକ ପର୍ଯ୍ୟଟକ ଙ୍କୁ ସେଠାକୁ କିପରି ଆକୃଷ୍ଟ କରାଯାଇପାରିବ , ସେ ସମ୍ପର୍କରେ ସରକାର ପଦକ୍ଷେପ ନେଉଛନ୍ତି ।
ଏହା ସହିତ ଏଠାକୁ ଆସୁଥିବା ଭକ୍ତ ମାନଙ୍କ ସୁବିଧା ପାଇଁ ମଧ୍ୟ ବିଭିନ୍ନ ସୁବିଧା ସୁଯୋଗ ର ବିକାଶ କରାଯିବ ।
ଏଥି ନିମନ୍ତେ ଖୁଵ ଶୀଘ୍ର ଏକ ମାଷ୍ଟର ପ୍ଲାନ କରାଯାଇ ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ବୋଲି ଜଣା ଯାଇଛି ।
ଏଥି ପାଇଁ ପୂର୍ତ୍ତ ବିଭାଗ କୁ ଦାଇତ୍ୱ ଦିଆଯାଇଛି.ଏହି କାର୍ଯ୍ୟକ୍ରମ ର ସଫଳ କାର୍ଯ୍ୟକାରିତା ପାଇଁ ସମସ୍ତଙ୍କ ସହଯୋଗ କାମନା କରାଯାଇଥିଲା ।
ଏହି ପରଦର୍ଶନ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଶ୍ରୀ ବି. ବି ଯାଦବ , ନୟାଗଡ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।