ଭୁବନେଶ୍ୱର : : ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏବେ ସୁଦ୍ଧା କୌଣସି ଆକଳନ କରାଯାଇନାହିଁ ।
ନିର୍ଦ୍ଦିଷ୍ଟ ଗଣମାଧ୍ୟମରେ ସମ୍ଭାବ୍ୟ ବାତ୍ୟା ଓଡ଼ିଶାରେ ମାଡ଼ ହେବା ନେଇ ପ୍ରକାଶ ପାଇଥିବା ଖବରକୁ ଭାରତୀୟ ପାଣିପାଗ ବିଭାଗ ଅଧୀନ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଖଣ୍ଡନ କରାଯାଇଛି ।
ସମ୍ପୃକ୍ତ ଖବରରେ ‘ଆଇଏମଡିର ଆକଳନ’’ ସମ୍ଭାବ୍ୟ ବାତ୍ୟା ‘‘ଓଡ଼ିଶାରେ ସ୍ଥଳଭାଗ’’ ଛୁଇଁବ ବୋଲି ଯାହା ଦର୍ଶାଯାଇଛି ତାହା ତଥ୍ୟ ଆଧାରିତ ନୁହେଁ ।
ପାଣିପାଗ ବିଭାଗ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ପର୍କରେ ଆଜି ସୁଦ୍ଧା କୌଣସି ଆକଳନ କରାଯାଇନାହିଁ ବୋଲି ବିଭାଗ ତରଫରୁ ସ୍ପଷ୍ଟୀକରଣ ଦିଆଯାଇଛି ।