Home News in Odia ୧୧ କିଲୋମିଟର ବେଗରେ ଆଗଉଛି ବାତ୍ୟା

୧୧ କିଲୋମିଟର ବେଗରେ ଆଗଉଛି ବାତ୍ୟା

ଭୁବନେଶ୍ବର : ଆଜି   ଅପରାହ୍ନ   ୨ ଟା ୩୦ ସମୟର ସୂଚନା ଅନୁଯାୟୀ ଗତ ୬ ଘଣ୍ଟା ମଧ୍ୟରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା  ମିଗଜୋମ ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୧ କିଲୋମିଟର ବେଗରେ ଅଗ୍ରସର ହେଉଛି,।

ଏହା ସମାନ ଅଞ୍ଚଳରେ  ୧୨ଡ଼ିଗ୍ରୀ ଉତ୍ତର ଅକ୍ଷାଂଶ  ଏବଂ ୮୨.୧ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ପାଖରେ  , ପୁଡୁଚେରୀର ପ୍ରାୟ ୨୫୦ କିଲୋମିଟର ପୂର୍ବ, ଚେନ୍ନାଇର ୨୩୦ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବ, ନେଲୋରର ୩୫୦ କିଲୋମିଟର ଦକ୍ଷିଣ-ପୂର୍ବ, ବାପାଟଲାର ୪୬୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଏବଂ ମଛଲିପଟନମ   ଠାରୁ ୪୮୦  କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ରହିଛି ।

ଏହା ପରବର୍ତୀ ସମୟରେ ନିଜ ଗତିର ଦିଗ ଉତ୍ତର ପଶ୍ଚିମ ଦିଗରେ ବଜାୟ ରଖିବା ସହ ୪ ତାରିଖ ପୂର୍ବାହ୍ନ ବେଳକୁ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ର ସମୁଦ୍ର ମଧ୍ୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ହେବା ସମ୍ଭାବନା ରହିଛି ।

ଏହା ପରେ ଉତ୍ତର ଦିଗରେ ଗତିକରିବା ସହ,ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳକୁ  ପ୍ରାୟ ସମାନ୍ତରାଳ  ଭାବେ ଗତିକରି,  ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ନେଲୋର ଏବଂ ମଛଲିପଟନମ ମଧ୍ୟରେ ୫ ଡିସେମ୍ବର ପୂର୍ବାହ୍ନରେ ଏକ ଭୀଷଣ ବାତ୍ୟା ଭାବେ  ସର୍ବାଧିକ ସ୍ଥାୟୀ ପବନ ବେଗ ଘଣ୍ଟା ପ୍ରତି ବେଗ   ୯୦ ରୁ ୧୦୦ କିଲୋମିଟର ତଥା ଝଟକା ପବନ ୧୧୦ କିମି ବେଗରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ।