ଭୁବନେଶ୍ୱର : ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ସେମାନଙ୍କ ମଧ୍ୟରେ ୧୧ଜଣ ସ୍ୱାଧୀନ ପ୍ରାର୍ଥୀ ରହିଛନ୍ତି ।
ଦଳୀୟ ପ୍ରାର୍ଥୀଙ୍କ ମଧ୍ୟରେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ ଢୋଲକିଆ ଏବଂ ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ , ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି।
ଏମାନଙ୍କ ସହିତ ଯେଉଁ ୧୧ ଜଣ ସ୍ୱାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ସେମାନେ ହେଲେ ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା,କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ,ଲୋଚନ ମାଝୀ,ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ,ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି ।
ଅକ୍ଟୋବର ୨୪ (ଶୁକ୍ରବାର) ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ହୋଇଥିବା ବେଳେ ଉପନିର୍ବାଚନରେ ମୋଟ୍ କେତେ ପ୍ରାର୍ଥୀ ମଇଦାନରେ ରହିବେ ତାହା ସ୍ପଷ୍ଟ ହେବ ।
ଗତ ୨୦୨୪ ସାଧାରଣ ନିର୍ବାଚନରେ ନୂଆପଡାରେ ୭ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରିଥିବାବେଳେ ଏମାନଙ୍କ ମଧ୍ୟରେ ମାତ୍ର ଜଣେ ସ୍ବାଧୀନ ଲଢିବା ସହିତ ୫୬୫୫ ଖଣ୍ଡ ଭୋଟ ପାଇଥିଲେ ।