ଭୁବନେଶ୍ୱର : ୧୯୨୯-୩୦ ମସିହାରେ ସର୍ଭେ ହୋଇଥିବା ୨୦୪ ଗ୍ରାମ ବିଷୟରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଦୃଷ୍ଟି ଆକର୍ଷଣ କରିବ। ସହିତ ସେହିସବୁ ଗ୍ର।ମରେ ଜମିବାଡ଼ି ରେକର୍ଡର ବହୁ ପୁରୁଣା ସର୍ଭେ ଯୋଗୁ ଜନସାଧାରଣ ଜମି କିଣାବିକା, ଜାତିଗତ ପ୍ରମାଣପତ୍ର ଇତ୍ୟାଦି ସେବା ପାଇବାରେ ବହୁବିଧ ସମସ୍ୟାର ସମ୍ମୁଖୀନ ହେଉଥିବ। ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ କହିଛନ୍ତି ।
ରାଜସ୍ୱ ବିଭାଗ ଏହି ସମସ୍ୟାର ସମାଧାନ ପାଇଁ ୨୦୪ ଗ୍ରାମରେ ହାଇ-ଟେକ ସର୍ଭେ କରିବାକୁ ନିଷ୍ପତି ନେଇଛନ୍ତି । ଏହା ଫଳରେ ଜଗତସିଂହପୁର ଜିଲ୍ଲାର କୁଜଙ୍ଗ ତହସିଲରେ ୧୩ ଗ୍ରାମ, ବିରିଡି ତହସିଲରେ ୧ ଗ୍ରାମ, ଯାଜପୁର ଜିଲ୍ଲା ଯାଜପୁର ତହସିଲରେ ୧୯ ଗ୍ରାମ, ବିଂଝାରପୁର ତହସିଲରେ ୩୮ ଗ୍ରାମ, ଦାନଗଦି ତହସିଲରେ ୨୦ ଗ୍ରାମ, ସୁକିନ୍ଦା ତହସିଲରେ ୯ ଗ୍ରାମ, ବ୍ୟାସନଗର ତହସିଲରେ ୧ ଗ୍ରାମ, ଦଶରଥପୁର ତହସିଲରେ ୫ ଗ୍ରାମ, କେନ୍ଦ୍ରାପଡା ଜିଲ୍ଲାରେ ରାଜନଗର ତହସିଲରେ ୨ ଗ୍ରାମ, କଳାହାଣ୍ଡି ଜିଲ୍ଲା କଳାହାଣ୍ଡି ତହସିଲରେ ୭ ଗ୍ରାମ, କେସିଙ୍ଗା ତହସିଲର ୩ ଗ୍ରାମ, କର୍ଲାମୁଣ୍ଡା ତହସିଲରେ ୧ ଗ୍ରାମ, ଥୁଆମୂଳ ରାମପୁର ତହସିଲରେ ୧୦ ଗ୍ରାମ, ଧର୍ମଗଡ ତହସିଲରେ ୧୨ ଗ୍ରାମ, ଗୋଲମୁଣ୍ଡା ତହସିଲରେ ୭ ଗ୍ରାମ, ଜୁନାଗଡ଼ ତହସିଲରେ ୧୮ ଗ୍ରାମ, କୋକସରା ତହସିଲରେ ୬ ଗ୍ରାମ, ଜୟପାଟଣା ତହସିଲର ୨୯ ଗ୍ରାମ ଓ କଳମପୁର ତହସିଲରେ ୩ ଗ୍ରାମରେ ହାଇ-ଟେକ ସର୍ଭେ ହେବ ।
ଏହା ଫଳରେ ଏହି ୨୦୪ ଗ୍ରାମରେ ସମସ୍ତ ଜାଗାର ଜିଓ-ରେଫରେନସିଙ୍ଗ ହୋଇପାରିବ । ଏହି ହାଇ-ଟେକ ସର୍ଭେ ପରେ ଲୋକମାନଙ୍କର ବହୁବିଧ ସମସ୍ୟା ଯଥା ଜମିବାଡ଼ି କିଣାବିକା ଓ ଜାତିଗତ ପ୍ରମାଣପତ୍ର ସମ୍ବନ୍ଧୀୟ ସମସ୍ତ ସମସ୍ୟା ଦୂରୀଭୂତ ହେବା ସହ ଉନ୍ନତ ଜ୍ଞାନକୌଶଳ ମାଧ୍ୟମରେ ପଟ୍ଟା ତିଆରି ହୋଇ ଲୋକଙ୍କୁ ମିଳିପାରିବ ।