Home Administration କେନ୍ଦୁପତ୍ର  ସଂଗ୍ରହ  ମୂଲ୍ୟ ବୃଦ୍ଧି

କେନ୍ଦୁପତ୍ର  ସଂଗ୍ରହ  ମୂଲ୍ୟ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି   ରାଜ୍ୟ ସରକାର କେନ୍ଦୁପତ୍ରର  ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ  ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ  ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ରେ ବୃଦ୍ଧି କରାଯାଇଛି। ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର  ଅଧିକ  ରୋଜଗାର ପାଇପାରିବେ. ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି  ଜନଜାତି ମହିଳା ।

ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ  ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି। ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ (Trade surplus) କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ମାନଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।”