Home Health ଗୋପାଳପୁର ବନ୍ଦର ପକ୍ଷରୁ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା

ଗୋପାଳପୁର ବନ୍ଦର ପକ୍ଷରୁ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା

ଛତ୍ରପୁର : ଗୋପାଳପୁର ବନ୍ଦରର ଆଖପାଖ ଅଞ୍ଚଳର ଜନସାଧାରଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ର ଲକ୍ଷ୍ୟରେ  ଗୋପାଳପୁର ବନ୍ଦର ଏହାର ସାମାଜିକ ଦାୟିତ୍ୱବୋଧ କାର୍ଯକ୍ରମ ଅଧୀନରେ  ନିକଟସ୍ଥ କାଲିପଲ୍ଲୀ ପଞ୍ଚାୟତ ହରିପୁର-ବନ୍ଦର ଗ୍ରାମରେ ଏକ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା କେନ୍ଦ୍ର ଆୟୋଜିତ ହୋଇଯାଇଛି ।

ଏହି ସ୍ୱାସ୍ଥ୍ୟ ଶିବିରରେ  ଗୋପାଳପୁର ବନ୍ଦରର ଉପସଭାପତି (ମାନବ ସମ୍ବଳ ଏବଂ ଶିଳ୍ପ ସମ୍ପର୍କ) ଶ୍ରୀ ଅଜୟ କୁମାର ମିଶ୍ର, ସହକାରୀ ଉପସଭାପତି (ମାନବ ସମ୍ବଳ ଏବଂ ଶିଳ୍ପ ସମ୍ପର୍କ) ଶ୍ରୀ ଚିତ୍ତରଞ୍ଜନ ବାହିନୀପତି,  ସ୍ତ୍ରୀ ଓ ପ୍ରସୂତି, ଔଷଧ ଏବଂ ଶିଶୁବିଭାଗର ୬ ଜଣ ଡାକ୍ତର ଏବଂ କାଲିପଲ୍ଲୀ ପଞ୍ଚାୟତ ସରପଞ୍ଚ, ସମିତି ସଭ୍ୟ ଓ ଅନ୍ୟାନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ ।

ଏହି  ସ୍ୱାସ୍ଥ୍ୟ ସେବା କେନ୍ଦ୍ରରେ ସ୍ତ୍ରୀ ରୋଗ, ଶିଶୁ ରୋଗ ଏବଂ ଭେଷଜ ବିଭାଗ ଚିକିତ୍ସା ଇତ୍ୟାଦି ମାଗଣାରେ ଯୋଗାଇଦିଆଯାଇଥିଲା ।ଉକ୍ତ ସ୍ୱାସ୍ଥ୍ୟସେବା କେନ୍ଦ୍ରରେ  ପ୍ରାୟତଃ ୩୦୦ ରୁ ଉର୍ଦ୍ଧ ଜନସାଧାରଣ ନିଜର ସ୍ୱାସ୍ଥ୍ୟ ସମ୍ପର୍କରେ ଡାକ୍ତରଙ୍କ ଠାରୁ ବିଭିନ୍ୟ ସ୍ୱାସ୍ଥ୍ୟ ଜନିତ ସମସ୍ୟା ର ସମାଧାନ ବିଷୟରେ ଆଲୋଚନା କରିଥିଲେ ।  ଗ୍ରାମର ସରପଞ୍ଚ ତଥା ଅନ୍ୟାନ୍ୟ ନେତୃବୃନ୍ଦ ଏବଂ ବୁଦ୍ଧିଜୀବୀ  ଗୋପାଳପୁର ପୋର୍ଟର ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହ ଏହି କାର୍ଯକ୍ରମକୁ ଅଧିକରୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅନୁରୋଧ କରିଥିଲେ ।

ନିକଟରେ ଜନଗୋଷ୍ଠୀଙ୍କର ଉନ୍ନତ ସ୍ୱାସ୍ଥ୍ୟ ଏବଂ ଉତ୍ତମ ସହାବସ୍ଥାନ ନିଶ୍ଚିତ କରାଇବା ଉଦ୍ଦେଶ୍ୟରେ ଗୋପାଳପୁର ବନ୍ଦର ପକ୍ଷରୁ ଏହାର ସାମାଜିକ ଦାୟିତ୍ବବୋଧ କାର୍ଯକ୍ରମରେ ଏକ ନବନିର୍ମିତ ପ୍ରାଥମିକ ସ୍ୱାସ୍ଥ୍ୟ ପରୀକ୍ଷା କେନ୍ଦ୍ର ଉଦଘାଟନ କରାଯାଇଥିଲା ।

ଗୋପାଳପୁର ବନ୍ଦର କତୃପକ୍ଷ ବନ୍ଦରର ଆଖପାଖ ଅଞ୍ଚଳର ଜନସାଧାରଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ସର୍ବଦା ବଦ୍ଧପରିକର ବୋଲି ଗୋପାଳପୁର ବନ୍ଦର ପକ୍ଷରୁ ସୂଚନା ଦିଆଯାଇଛି ।