ନୂଆଦିଲ୍ଲୀ : ୨୦୨୧-୨୨ରେ ଭାରତ ବିରୋଧରେ କାର୍ଯ୍ୟ କରୁଥିବା ୭୪୭ ୱେବସାଇଟ୍, ୯୪ ୟୁଟ୍ୟୁବ ଚ୍ୟାନେଲକୁ ବନ୍ଦ କରିଦିଆଯାଇଛି: କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର
କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଆଜି କହିଛନ୍ତି ଯେ ୨୦୨୧-୨୨ ମସିହାରେ ଦେଶର ସ୍ୱାର୍ଥ ବିରୋଧରେ କାର୍ଯ୍ୟ କରୁଥିବା ୟୁଟ୍ୟୁବ ଚ୍ୟାନେଲଗୁଡିକ ବିରୋଧରେ ମନ୍ତ୍ରଣାଳୟ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।
ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ ଶ୍ରୀ ଠାକୁର କହିଛନ୍ତି ଯେ ମନ୍ତ୍ରଣାଳୟ ୯୪ ୟୁଟ୍ୟୁବ ଚ୍ୟାନେଲ, ୧୯ ଟି ସୋସିଆଲ ମିଡିଆ ଆକାଉଣ୍ଟଣ୍ଟ ଏବଂ ୭୪୭ ଟି ୟୁଆରଏଲ୍ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହିତ ସେଗୁଡିକୁ ବନ୍ଦ କରାଯାଇଛି । ଏହି କାର୍ଯ୍ୟାନୁଷ୍ଠାନ ସୂଚନା ପ୍ରଯୁକ୍ତିବିଦ୍ୟା ଅଧିନିୟମ ୨୦୦୦ ର ଧାରା ୬୯ଏ ଅନୁଯାୟୀ ନିଆଯାଇଛି ।
ମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ ମିଥ୍ୟା ଖବର ପ୍ରଚାର କରିବା ଏବଂ ଇଣ୍ଟରନେଟରେ ପ୍ରଚାର ପ୍ରସାର କରି ଦେଶର ସାବଭୌମତ୍ୱ ବିରୋଧରେ କାର୍ଯ୍ୟ କରୁଥିବା ଏଜେନ୍ସିଗୁଡିକ ବିରୋଧରେ ସରକାର ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।