ନୂଆଦିଲ୍ଲୀ : ରାଜ୍ୟ ସରକାରମାନଙ୍କୁ ଟିକସ ହସ୍ତାନ୍ତର (ଡିଭୋଲ୍ୟୁସନ)ର ଦୁଇଟି କିସ୍ତି ଜାରି କରିଛନ୍ତି କେନ୍ଦ୍ର ସରକାର । ଓଡ଼ିଶାକୁ କେନ୍ଦ୍ର ସରକାରଙ୍କ ଠାରୁ ୫,୨୮୨.୮୬ କୋଟି ଟଙ୍କାର ଟିକସ ଭାଗ ମିଳିଛି ।
ସ୍ୱାଭାବିକ ମାସିକ ଟିକସ ହସ୍ତାନ୍ତର ପରିମାଣ ୫୮,୩୩୨.୮୬ କୋଟି ଟଙ୍କା ତୁଳନାରେ ୧୦ ଅଗଷ୍ଟ, ୨୦୨୨ରେ କେନ୍ଦ୍ର ସରକାର ୧,୧୬,୬୬୫.୭୫ କୋଟି ଟଙ୍କାର କେନ୍ଦ୍ରୀୟ ଟିକସ ଭାଗ ରାଜ୍ୟମାନଙ୍କୁ ଯୋଗାଇ ଦେଇଛନ୍ତି ।
ପୁଞ୍ଜି ଏବଂ ବିକାଶମୂଳକ ବ୍ୟୟକୁ ତ୍ୱରାନ୍ୱିତ କରିବା ଲାଗି ରାଜ୍ୟମାନଙ୍କର କ୍ଷମତା ବୃଦ୍ଧି ସକାଶେ କେନ୍ଦ୍ର ସରକାରଙ୍କ ପ୍ରତିବଦ୍ଧତା ଅନୁରୂପ ଅଧିକ ପରିମାଣର ଟିକସ ଡିଭୋଲ୍ୟୁସନ ରାଜ୍ୟମାନଙ୍କୁ ଜାରି କରାଯାଇଛି ।