Home Culture ଗୌରବ ଦିବସ ସମାରୋହର ନେତୃତ୍ୱ ନେବେ ରାଷ୍ଟ୍ରପତି

ଗୌରବ ଦିବସ ସମାରୋହର ନେତୃତ୍ୱ ନେବେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଚଳିତ ବର୍ଷ ଆୟୋଜନ ହେବାକୁ ଥିବା ଜନଜାତୀୟ ୧୫ ତାରିଖରେ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଉପଲକ୍ଷେ ଜନଜାତୀୟ ଗୌରବ ଦିବସ ପାଳନ କରାଯିବ । ଏଥିରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଝାଡ଼ଖଣ୍ଡର ଖୁଣ୍ଟି ଗୌରବ ଦିବସ ସମାରୋହର ନେତୃତ୍ୱ ନେବେ ।

ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଅର୍ଜ୍ଜୁନ ମୁଣ୍ଡା । ଶ୍ରୀ ମୁଣ୍ଡା କହିଛନ୍ତି ଯେ, ନଭେମ୍ବର ଜିଲ୍ଲା ଅନ୍ତର୍ଗତ ଉଲିହାଟୁ ଗ୍ରାମରେ ଥିବା ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନକୁ ଗସ୍ତ କରିବେ ଏବଂ ସେଠାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । ଏହି ଅବସରରେ ରାଷ୍ଟ୍ରପତି ସଡ଼କ ଓ ପରିବହନ ଏବଂ ଶକ୍ତି ମନ୍ତ୍ରଣାଳୟର ବିଭିନ୍ନ ପ୍ରକଳ୍ପକୁ ଉଦଘାଟନ କରିବେ ଏବଂ ଖୁଣ୍ଟି ଠାରୁ ଭର୍ଚୁଆଲ ମାଧ୍ୟମରେ ବିଭିନ୍ନ ଏକଲବ୍ୟ ବିଦ୍ୟାଳୟ ପାଇଁ ଶିଳାନ୍ୟାସ କରିବେ । ସେ ଖୁଣ୍ଟି ଏବଂ ଆଖପାଖ ଅଞ୍ଚଳର ଟ୍ରାଇଫେଡ ଏବଂ ଏନଆରଏଲଏମର ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଉଦବୋଧନ ଦେବେ।

କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଆହୁରି ସୂଚନା ଦେଇଥିଲେ ଯେ, ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖଡ଼ ନଭେମ୍ବର ୧୫ ତାରିଖରେ ନୂଆଦିଲ୍ଲୀର ସଂସଦ ଭବନ ପରିସରରେ ଥିବା ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇବେ । ଏହି ଅବସରରେ ଅନ୍ୟ ସାଂସଦମାନେ ମଧ୍ୟ ଉପସ୍ଥିତ ରହିବେ ।

ଶ୍ରୀ ଅର୍ଜୁନ ମୁଣ୍ଡା କହିଥିଲେ ଯେ, ୧୫ରୁ ୨୨ ନଭେମ୍ବର ପର୍ଯ୍ୟନ୍ତ ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ବ୍ୟାପକ ସଂଖ୍ୟାରେ ଜାତୀୟ ଓ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ । କେନ୍ଦ୍ର ମନ୍ତ୍ରୀ ସୂଚନା ଦେଇଥିଲେ ଯେ କାଶ୍ମୀର ଠାରୁ କନ୍ୟାକୁମାରୀ ଏବଂ ଗୁଜରାଟ ଠାରୁ ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ଦେଶର ବିଭିନ୍ନ ଗ୍ରାମ ଏବଂ ଉପାନ୍ତ ଅଞ୍ଚଳରେ ବ୍ୟାପକ ଆକାରରେ କାର୍ଯ୍ୟକ୍ରମ ଓ ସମାରୋହ ଆୟୋଜନ କରାଯିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି । ସେ କହିଥିଲେ ଯେ, ରାଜ୍ୟ ରାଜଧାନୀଗୁଡ଼ିକରେ ଯୁବଗୋଷ୍ଠୀଙ୍କ ଦ୍ବାରା ଶୋଭାଯାତ୍ରା ଆୟୋଜନ କରାଯିବ ଏବଂ ଆଦିବାସୀ କଳାକାରମାନେ ବିଭିନ୍ନ କାର୍ଯ୍ୟକ୍ରମ ପରିବେଶଣ କରିବେ ।

ସାରା ଦେଶରେ ସେମିନାର ଓ କର୍ମଶାଳା ଆୟୋଜନ କରାଯିବ; ପ୍ରବନ୍ଧ, ସଙ୍ଗୀତ, ନୃତ୍ୟ, କ୍ରୀଡ଼ା ଓ ଚିତ୍ରାଙ୍କନ ପ୍ରତିଯୋଗିତା, ସ୍ବଚ୍ଛତା ଅଭିଯାନ ଆୟୋଜନ ଲାଗି ଯୋଜନା କରାଯାଇଛି । ରାଜ୍ୟ ସରକାର ଏବଂ ରାଜ୍ୟ ଜନଜାତି ଗବେଷଣା ପ୍ରତିଷ୍ଠାନ ସହଯୋଗରେ ସମସ୍ତ କାର୍ଯ୍ୟକ୍ରମ ଆୟୋଜନ କରାଯିବ ।

ଶ୍ରୀ ଅର୍ଜୁନ ମୁଣ୍ଡା ଆହୁରି କହିଥିଲେ ଯେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଭାରତ ସରକାର, ବିର୍ସା ମୁଣ୍ଡାଙ୍କ ଜୟନ୍ତୀ, ନଭେମ୍ବର ୧୫ ତାରିଖକୁ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରିବା ଲାଗି ଘୋଷଣା କରିଥିଲେ । ରାଷ୍ଟ୍ରର ଇତିହାସ ଓ ସଂସ୍କୃତିରେ ଜନଜାତି ସମୁଦାୟର ଯୋଗଦାନ ସ୍ମୃତିରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ସେ କହିଥିଲେ ଯେ ଏଥର ଦ୍ବିତୀୟ ବର୍ଷ ପାଇଁ ଜନଜାତୀୟ ଗୌରବ ଦିବସ ପାଳନ କରାଯିବ । ସବୁ ଜନଜାତି ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ମାନ ଜଣାଇବା ଏବଂ ଜନଜାତି କ୍ଷେତ୍ର ଓ ସମୁଦାୟର ସାମାଜିକ-ଆଥିର୍କ ବିକାଶ ପାଇଁ ହେଉଥିବା ପ୍ରୟାସକୁ ତ୍ବରାନ୍ବିତ କରିବା ଲାଗି ଏହି ଦିବସ ଆୟୋଜନ କରାଯାଉଛି ।

ଜନଜାତୀୟ ଦିବସ ସମାରୋହ ପାଳନ ସମ୍ପର୍କରେ ଅଧିକରୁ ଅଧିକ ଲୋକଙ୍କୁ ସଚେତନ କରିବା ଏବଂ ସେମାନଙ୍କୁ ଏଥିରେ ସାମିଲ କରିବା ଲାଗି ଶ୍ରୀ ଅର୍ଜୁନ ମୁଣ୍ଡା ନିବେଦନ କରିଥିଲେ । ସେ ଆହୁରି କହିଥିଲେ ଯେ ସାରା ଦେଶରେ ୭୪୦ଟି ଇଏମଆରଏସ ସମ୍ପୂର୍ଣ୍ଣ କରିବା ଦିଗରେ ସୁଗମ ରୂପରେ କାର୍ଯ୍ୟ ଜାରି ରହିଛି ।

ଶ୍ରୀ ଅର୍ଜ୍ଜୁନ ମୁଣ୍ଡା କହିଥିଲେ ଯେ, ୨୦୪୭ରେ ଦେଶ ସ୍ବାଧୀନତାର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଉପାନ୍ତ ଅଞ୍ଚଳ, ଗ୍ରାମାଞ୍ଚଳରେ ରହୁଥିବା ଜନଜାତି ଲୋକମାନଙ୍କୁ ମୌଳିକ ସୁବିଧାସୁଯୋଗ, ନିଯୁକ୍ତି, ଶିକ୍ଷା ଆଦି ଯୋଗାଇ ଦେବା ପାଇଁ ଏକ ସଂକଳ୍ପ କରିବା ନିମନ୍ତେ ଜନଜାତୀୟ ଗୌରବ ଦିବସ ପାଳନ କରାଯାଉଛି ।