Home General ପ୍ରୀତମ ନାୟକଙ୍କୁ ଶିକ୍ଷାଭାରତୀ ସମ୍ମାନ

ପ୍ରୀତମ ନାୟକଙ୍କୁ ଶିକ୍ଷାଭାରତୀ ସମ୍ମାନ

ଭୁବନେଶ୍ୱର : ସର୍ବଭାରତୀୟ ଶିକ୍ଷା ସଂସ୍ଥା, ସେଂଟର ଫର୍ ଏକ୍ସଲେନ୍ସ ଡେଭେଲପମେଂଟ (ସିଇଡି) ପକ୍ଷରୁ  ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡି ଶ୍ରୀ ପ୍ରୀତମ ନାୟକଙ୍କୁ ଶିକ୍ଷା ଭାରତୀ ସମ୍ମାନ ପ୍ରଦାନ କରାଯାଇଛି । ଉତରପ୍ରଦେଶ ଗୁରୁଗ୍ରାମ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ସିଇଡିର ସଂସ୍ଥାପକ – ସଭାପତି ତଥା ସେଂଟ ଜାଭିଅର୍ ଗ୍ରୁପ୍‌ର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡକ୍ଟର ପ୍ରିୟଦର୍ଶୀ ନାୟକ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଉତରପ୍ରଦେଶର ପରିବହନ ବିଭାଗ ମନ୍ତ୍ରୀ ଶ୍ରୀ ଦୟାଶଙ୍କର, ମହିଳା କଲ୍ୟାଣ ଓ ଶିଶୁ ବିକାଶ ବିଭାଗର ରାଷ୍ଟ୍ରମନ୍ତ୍ରୀ ଶ୍ରୀମତି ପ୍ରତିଭା ଶୁକ୍ଳା ପ୍ରମୁଖ ଯୋଗ ଦେଇଥିଲେ ।

ସିଇଡି ଅଧିନରେ ୯୬୦ଟି ସ୍କୁଲ୍ ଓ ୧୨୦୦ ରୁ ଅଧିକ ଉଚ୍ଚ ଶିକ୍ଷାନୁଷ୍ଠାନ ସଦସ୍ୟ ସାମିଲ ଅଛନ୍ତି । ଏହି ଅବସରରେ  ଡକ୍ଟର ପ୍ରିୟଦର୍ଶୀ ନାୟକ କହିଥିଲେ ଯେ ସିଇଡି ଜାତୀୟ ଶିକ୍ଷାନୀତିକୁ ୨୦୨୩ରେ ସଂପୂର୍ଣ୍ଣ ଲାଗୁ କରିବାକୁ ସମସ୍ତ ଉଦ୍ୟମ କରିବ । ଫଳରେ  ଦେଶର  ଉଚ୍ଚ ଶିକ୍ଷାର ମାନ ବୃଦ୍ଧି ପାଇବା ସହ ଶିକ୍ଷାଦାତାଙ୍କୁ ଅଧିକ ସଶକ୍ତ  କରାଯାଇପାରିବ । ଦେଶର  ପ୍ରଗତି ପାଇଁ ଶିକ୍ଷାର ଗୁଣବତା ବୃଦ୍ଧି ଅତ୍ୟନ୍ତ ଆବଶ୍ୟକ । ଏହା ନ ହେଲେ ଦେଶର ଭବିଷ୍ୟତ ନିର୍ମାଣ କରାଯାଇପାରିବ ନାହିଁ ବୋଲି ସେ କହିଥିଲେ ।

ଡ. ପ୍ରିୟଦର୍ଶୀ ନାୟକ କହିଥିଲେ ଯେ, ଭାରତୀୟ ଶିକ୍ଷା ବ୍ୟବସ୍ଥାରେ କ୍ରାନ୍ତିକାରୀ ପ୍ରଗତି ନିମନ୍ତେ ବର୍ତମାନ ଯେଉଁ ସବୁ ଆହ୍ୱାନ ରହିଛି ସେ ସବୁର ଦୃଢ  ମୁକାବିଲା କରିବା ଆବଶ୍ୟକ । ଏହା ଫଳରେ ଉଚ୍ଚଶିକ୍ଷାର ମାନରେ ଅଗ୍ରଗତି ଘଟିବ  ଏବଂ ଦେଶ ବିଶ୍ୱ ସ୍ତରରେ ଶୀର୍ଷ ସ୍ଥାନରେ ପହଂଚିପାରିବ । 

ଏହି ଅବସରରେ ସୋଆର ପ୍ରୋ-ଚାନ୍‌ସେଲର ପ୍ରଫେସର ଅମିତ ବାନାର୍ଜୀଙ୍କ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବିଭିନ୍ନ ଶିକ୍ଷାନୁଷ୍ଠାନର କୁଳପତି  ଓ ଶିକ୍ଷାବିତ୍  ଭାଗ ନେଇଥିଲେ ।