Home Infrastructure ପିଏମ୍ ବିଶ୍ୱକର୍ମା କୁ କ୍ୟାବିନେଟ୍ ଅନୁମୋଦନ

ପିଏମ୍ ବିଶ୍ୱକର୍ମା କୁ କ୍ୟାବିନେଟ୍ ଅନୁମୋଦନ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ଆଜି ପାଞ୍ଚ ବର୍ଷ (୨୦୨୩-୨୪ ଆର୍ଥିକ ବର୍ଷ ଠାରୁ ୨୦୨୭-୨୮ ଆର୍ଥିକ ବର୍ଷ) ପାଇଁ ୧୩ ହଜାର କୋଟି ଟଙ୍କାର ଆର୍ଥିକ ବ୍ୟୟବରାଦ ସହିତ ଏକ ନୂତନ କେନ୍ଦ୍ରୀୟ କ୍ଷେତ୍ର ଯୋଜନା “ପିଏମ୍ ବିଶ୍ୱକର୍ମା”କୁ ଅନୁମୋଦନ କରାଯାଇଛି ।

 ନିଜର ହାତ ଓ ପାରମ୍ପରିକ ଉପକରଣରେ କାର୍ଯ୍ୟ କରୁଥିବା କାରିଗର ଏବଂ ଶିଳ୍ପକାରଙ୍କୁ ଗୁରୁ-ଶିଷ୍ୟ ପରମ୍ପରା ବା ପରିବାର ଭିତ୍ତିକ ପାରମ୍ପରିକ କୌଶଳ ଅଭ୍ୟାସକୁ ସୁଦୃଢ଼ କରିବା ପ୍ରୋତ୍ସାହନ ଦେବା ଏହି ଯୋଜନାର ଉଦ୍ଦେଶ୍ୟ ।

ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ଅଧୀନରେ କାରିଗର ଏବଂ ଶିଳ୍ପୀମାନଙ୍କୁ ପିଏମ ବିଶ୍ୱକର୍ମା ସାର୍ଟିଫିକେଟ୍ ଏବଂ ପରିଚୟପତ୍ର ପ୍ରଦାନ ଦିଆଯାଇ ମାନ୍ୟତା ଦିଆଯିବ। ୫% ରିହାତି ସୁଧ ହାରରେ ୧ ଲକ୍ଷ ଟଙ୍କା (ପ୍ରଥମ ପର୍ଯ୍ୟାୟ) ଏବଂ ୨ ଲକ୍ଷ ଟଙ୍କା (ଦ୍ୱିତୀୟ ପର୍ଯ୍ୟାୟ) ପର୍ଯ୍ୟନ୍ତ ଋଣ ସହାୟତା   ପ୍ରଦାନ କରାଯିବ। ଏହି ଯୋଜନାରେ ଦକ୍ଷତା ଉନ୍ନତି, ଉପକରଣ ପାଇଁ ସହାୟତା, ଡିଜିଟାଲ କାରବାର ପାଇଁ ପ୍ରୋତ୍ସାହନ ଏବଂ ମାର୍କେଟିଂ ସହାୟତା ପ୍ରଦାନ କରାଯିବ ।

ଏହି ବେଉସା ମଧ୍ୟରେ ରହିଛି ବଢ଼େଇ, ଡଙ୍ଗା ନିର୍ମାତା, ଅସ୍ତ୍ରନିର୍ମାତା, କମାର, ହାତୁଡ଼ି ଓ ଉପକରଣ ନିର୍ମାତା, ତାଲା କାରିଗର, ବଣିଆ, କୁମ୍ଭାର, ମୂର୍ତ୍ତିକାରିଗର, ପଥର କଟାଳି, ମୋଚି, ଜୋତା କାରିଗର, ରାଜମିସ୍ତ୍ରୀ, ଝୁଡ଼ି/ମସିଣା/ଝାଡ଼ୁ/କପା ବୁଣାକାର, ଖେଳନା ଓ କଣ୍ଢେଇ କାରିଗର (ପାରମ୍ପରିକ), ଭଣ୍ଡାରୀ, ମାଳୀ, ଧୋବା, ଦରଜି ଓ ମାଛ ଜାଲ ନିର୍ମାତା।