Home Education ସ୍କୁଲକୁ ଫେରିଲେଣି ୯୬୦୦ ଛାତ୍ରଛାତ୍ରୀ

ସ୍କୁଲକୁ ଫେରିଲେଣି ୯୬୦୦ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଅଧାରୁ ପାଠପା ଛାଡିଥିବା, ଦଶମ ଫେଲ୍‌ କିମ୍ବା ବିଦ୍ୟାଳୟରେ ନିୟମିତ ଅନୁପସ୍ଥିତ ଥବା ୧୪ରୁ ୧୮ବର୍ଷ ବୟସର ଛାତ୍ରଛାତ୍ରୀଙ୍କୁ ପୁଣି ଥରେ ଶିକ୍ଷାରେ ଯୋଡିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ରାଜ୍ୟ ମୁକ୍ତ ବିଦ୍ୟାଳୟ(ଏସ୍‌ଆଇଓଏସ୍‌)ରେ ଜୁଲାଇ ଶେଷ ସପ୍ତାହରୁ ଏହି ମାଗଣା ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି ।

ବର୍ତ୍ତମାନ ସୁଦ୍ଧା ୯୬୦୦ ଛାତ୍ରଛାତ୍ରୀ ଏହି ପ୍ରକ୍ରିୟା ମାଧ୍ୟମରେ ନାମ ଲେଖି ସାରିଲେଣି । ଆସନ୍ତା ଅଗଷ୍ଟ ୩୧ ତାରିଖରେ ଏସ୍‌ଆଇଓଏସ୍‌ ମାଗଣା ନାମଲେଖା ପ୍ରକ୍ରିୟା ଶେଷ ହେବ । ଯେଉଁ ଛାତ୍ରଛାତ୍ରୀମାନେ ନାମ ଲେଖି ନାହାନ୍ତି ଆସନ୍ତା ୩୧ ତାରିଖ ମଧ୍ୟରେ ମାଗଣାରେ ନାମ ଲେଖିପାରିବେ ।

ରାଜ୍ୟରେ ଅଧାରୁ ପାଠଛାଡିଥିବା ୩୯୨୫ ଏବଂ ଅନୁପସ୍ଥିତ ଥିବା ୧୦,୮୯୬ ଜଣ ଛାତ୍ରଛାତ୍ରୀଙ୍କୁ ପୁଣି ଥରେ ଶିକ୍ଷା ଯୋଗାଇ ଦେବା ଉଦ୍ଦେଶ୍ୟରେ ଏହି ମାଗଣା ନାମଲେଖା ଚାଲିଛି । ଏହି ପର୍ଯ୍ୟାୟରେ ନାମ ଲେଖିଥିବା ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ମିଳିବା ସହ କୌଣସି ପାଠ୍ୟକ୍ରମ ସମ୍ପୂର୍ଣ୍ଣ ଦେୟମୁକ୍ତ ରହିବ । ଏହାସହ ଛାତ୍ରଛାତ୍ରୀମାନେ ବିନା କୌଣସି ଶୁÂରେ ପରୀକ୍ଷା ମଧ୍ୟ ଦେବେ ।

ଏସ୍‌ଆଇଓଏସ୍‌ରେ ଯେପରି ଅଧିକରୁ ଅଧିକ ଛାତ୍ରଛାତ୍ରୀ ନାମ ଲେଖାଇପାରିବେ, ସେଥିପାଇଁ ବିଭିନ୍ନ ପ୍ରକାର ବ୍ୟବସ୍ଥା କରାଯାଉଛି । ଜିଲ୍ଲା ଓ ବ୍ଲକ୍‌ସ୍ତରରେ ନାମଲେଖା ପାଇଁ କ୍ୟାମ୍ପର ଆୟୋଜନ କରାଯାଇଛି । ଛାତ୍ରଛାତ୍ରୀମାନେ ଏହି କ୍ୟାମ୍ପମୁ ଆସି ସୁବିଧାରେ ନାମ ଲେଖାଇପାରୁଛନ୍ତି । ଏହା ସହ ଛାତ୍ରଛାତ୍ରୀଙ୍କୁ ସଚେତନ କରିବାକୁ ମଧ୍ୟ ବିଭିନ୍ନ ବ୍ୟବସ୍ଥା କରାଯାଇଛି ।

ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ପିଲାଙ୍କ ଘରକୁ ଘର ଯାଇ କାଉନ୍ସେଲିଂ କରୁଛନ୍ତି । ରାଜ୍ୟ ବାହାରେ ଥିବା ପିଲାମାନେ ଯେପରି ନାମ ଲେଖିପାରିବେ, ସେଥିପାଇଁ ଶିକ୍ଷକମାନେ ତାଙ୍କୁ ମୋବାଇଲ୍‌ ମାଧ୍ୟମରେ ଯୋଗାଯୋଗ କରି ନାମ ଲେଖାଇବାକୁ ବୁଝାଉଛନ୍ତି । ଅଧିକ ସଚେତନତା ସୃଷ୍ଟି କରିବାକୁ ଲିଫ୍‌ଲେଟ୍‌ ବା ସଚେତନ ପତ୍ରିକା ବଣ୍ଟାଯିବା ସହ ଅଟୋରିକ୍ସାରେ ମାଇକ୍‌ ଯୋଗେ ପ୍ରଚାର କରାଯାଉଛି ।