Home News in Odia ବିଜେପିରେ ଅର୍କ କେଶରୀ

ବିଜେପିରେ ଅର୍କ କେଶରୀ

ଭୁବନେଶ୍ୱର : କଳାହାଣ୍ଡି ଲୋକସଭାର ପୂର୍ବତନ ସାଂସଦ ଶ୍ରୀ ଅର୍କ କେଶରୀ ଦେଓ ଏବଂ ଶ୍ରୀମତୀ ମାଳବିକା ଦେବୀ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ସେହିପରି ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମଦନପୁର-ରାମପୁର ରାଜ ପରିବାରର ଶ୍ରୀମତୀ ସଂଯୁକ୍ତା ସିଂହଦେଓ ଏବଂ ତନ୍ମୟ ପ୍ରସାଦ ସିଂଦେଓ ମଧ୍ୟ ବିଜେପିରେ ଯୋଗଦାନ କରିଛନ୍ତି ।

ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ତଥା କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ଭବାନୀପାଟଣା ବିଧାୟକ ତଥା ପୂର୍ବତନ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ କୁମାର ନାଏକ, ଜିଲ୍ଲା ସଭାପତି ଶ୍ରୀ ଦେବେନ୍ଦ୍ର ମହାନ୍ତି ପ୍ରମୁଖ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ ।

ଦେଶ ତଥା ରାଜ୍ୟର ସାମୁହିକ ବିକାଶ ପାଇଁ ପ୍ରକୃତ ରାଜନୈତିକ ଦଳ ହେଉଛି ଭାରତୀୟ ଜନତା ପାର୍ଟି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧିନ ବିଜେପି ସରକାର ଗତ ୯ ବର୍ଷର ଶାସନ କାଳରେ ବହୁ ଗରୀବକଲ୍ୟାଣକାରୀ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ହୋଇଛି । ସାଧାରଣ କାର୍ଯ୍ୟକର୍ତା ଭାବେ ପାର୍ଟିର ସଂଗଠନକୁ ସୁଦୃଢ କରିବା ଏବଂ ବିଜେପିର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ମୋ ବାପା ସ୍ୱର୍ଗତଃ ବିକ୍ରମ କେଶରୀ ଦେଓଙ୍କ ଅଧୁରା ସ୍ୱପ୍ନକୁ ପୂରଣ କରିବା ହେଉଛି ମୋର ପ୍ରାଥମିକତା । ଆଗାମୀ ସାଧାରଣ ନିର୍ବାଚନରେ କେନ୍ଦ୍ରରେ ମୋଦିଜୀଙ୍କ ନେତୃତ୍ୱରେ ସରକାର ଗଠନ ହେବା ସହିତ ରାଜ୍ୟରେ ମଧ୍ୟ ବିଜେପିର ଡବଲ୍ ଇଞ୍ଜିନ ସରକାର ନିଶ୍ଚିତ ହେବ ଶ୍ରୀ ଦେଓ କହିଛନ୍ତି ।

ରାଜ୍ୟରେ ଗଣତନ୍ତ୍ର ବ୍ୟବସ୍ଥା ସଂପୂର୍ଣ୍ଣ ଭୁଷୁଡି ପଡିଛି । ବ୍ୟାପକ ଦୁର୍ନୀତି ଓ ଭ୍ରଷ୍ଟାଚାର ରାଜ୍ୟର ବିକାଶରେ ବଡ ବାଧକ ସାଜିଛି । ମୋଦି ସରକାରଙ୍କ ଉପରେ ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି । ଆଗାମୀ ଦିନରେ ଓଡିଶାରେ ମଧ୍ୟ ଭାରତୀୟ ଜନତା ପାର୍ଟି ନିଶ୍ଚିତ ଭାବେ ଡବଲ୍ ଇଂଜିନ ସରକାର ଗଠନ କରିବ । ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ ବୋଲି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି ।

ଏହି ମିଶ୍ରଣ ପର୍ବ ଅବସରରେ ବିଧାୟକ ସୂର୍ଯ୍ୟବଂଶୀ ସୁରଜ, ରାଜ୍ୟ ସାଧାରଣ ସଂପାଦକ ଡ.ଯତୀନ ମହାନ୍ତି, ରାଜ୍ୟ ସଂପାଦକ ଅଭିମନ୍ୟୁ ସେଠୀ ଓ ସରୋଜ କର, ଭଦ୍ରକ ଜିଲ୍ଲା ସଭାପତି ହେମନ୍ତ ପାଢୀ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ଥିଲେ ।